ପୁଅ ମୃତ୍ୟୁ ପଛରେ ବାପାଙ୍କ ହାତ: ସାଂଘାତିକ ଅଭିଯୋଗ ଆଣିଲେ ମା’

ଫୁଲବାଣୀ,୨୭।୩(ରାକେଶ କୁମାର ରାଉତ): ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ସାହିରେ ଜଣେ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ ହୋଇଛି। ସେ ହେଲେ ଅଭିଜିତ୍‌ ବଗର୍ତ୍ତୀ(୧୫)। ଅଭିଜିତ୍‌ଙ୍କ ମୃତ୍ୟୁ ପଛରେ ତାଙ୍କ ବାପାଙ୍କ ହାତ ରହିଥିବା ମା’ ଏବଂ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। ପୋଲିସ ଅଭିଜିତ୍‌ଙ୍କ ବାପା ପ୍ରମୋଦ ବଗର୍ତ୍ତୀଙ୍କୁ ଅଟକ ତଦନ୍ତ ଆରମ୍ଭ କରିଛି।

ଚଳିତବର୍ଷ ଅଭିଜିତ୍‌ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ବୁଧବାର ମା’ ଜୟନ୍ତୀ ଓ ପୁଅ ଖାଇପିଇ ଘରେ ଥିଲେ। କିଛି ସମୟ ପରେ ଜୟନ୍ତୀ ଅନ୍ୟ ଘରେ କାମ କରିବାକୁ ବାହାରି ଯାଇଥିଲେ। ସେଠାରୁ ଫେରିବା ବେଳକୁ ଘର କବାଟ ଭିତରପଟୁ ବନ୍ଦ ଥିଲା। କବାଟ ବାଡ଼େଇବାରୁ ଅଭିଜିତ କୌଣସି ଉତ୍ତର ଦେଇ ନ ଥିଲେ ା ପଡ଼ୋଶୀ ଏବଂ ପରିବାର ଲୋକେ ଘର ଖୋଲି ଭିତରକୁ ଯିବାରୁ ଅଭିଜିତ୍‌ ଫ୍ୟାନରେ ଝୁଲୁଥିବା ଦେଖିଥିଲେ। ତୁରନ୍ତ ପୋଲିସକୁ ଘଟଣା ସମ୍ପର୍କରେ ଖବର ଦିଆଯାଇଥିଲା।

ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଇଛି। ଏନେଇ ଜୟନ୍ତୀ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏତଲା ଆଧାରରେ ବାପା ପ୍ରମୋଦଙ୍କୁ ଅଟକ ରଖି ପଚରାଉଚରା କରୁଛି। ସ୍ବାମୀ ଓ ପୁଅ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ପୁଅର ଚୁଟିକୁ ନେଇ ସ୍ବାମୀ ପାଟିତୁଣ୍ଡ କରନ୍ତି। ଅନେକ ସମୟରେ ସେ ନିଶାସକ୍ତ ଅବସ୍ଥାରେ ଆସି ପୁଅକୁ ଗାଳିଗୁଲଜ କରୁଥିଲେ। ଏଥିଯୋଗୁ ପୁଅ ଆତ୍ମହତ୍ୟା କରିଥାଇପାରେ ବୋଲି ଜୟନ୍ତୀ କହିଛନ୍ତି। ଏ ନେଇ ଥାନା ଅଧିକାରୀ ପି.ସ୍ବରୂପ କିଷାନଙ୍କୁ ପଚାରିବାରୁ ଆମେ ସବୁ ଦିଗକୁ ନେଇ ତଦନ୍ତ କରୁଛୁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତଦନ୍ତ ଆଗକୁ ବଢ଼ିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri