ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ବାପାଙ୍କ ଜୀବନ

କବିସୂର୍ଯ୍ୟନଗର,୬ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୋଲସର ଗ୍ରାମ ଖଦାଳ ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। କେତେକ ଦୁର୍ବୃତ୍ତ ଗାଁ ଦାଣ୍ଡରେ ଗୋଟିଏ ପରିବାରର ବାପା ଓ ପୁଅକୁ ଠେଙ୍ଗାରେ ଆକ୍ରମଣ କରିଛନ୍ତି। ଫଳରେ ବାପା ଘଟଣାସ୍ଥଳରେ ଟଳି ପଡ଼ିଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

ପୋଲିସ ସୂଚନା ମୁତାବକ, ଆନନ୍ଦ ନାହାକ(୬୫) ଏବଂ ସ୍ତ୍ରୀ ରମଣୀ ଗାଁର ଶେଷ ମୁଣ୍ଡରେ କୋଠିଶାଳ ଭୋଗ ଲଗାଇ ଦୁହେଁ ଘରକୁ ଫେରିଥିଲେ। ଆନନ୍ଦ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଟ୍ରାକ୍ଟର ଚାଳକ ଆକୁଳ ସେଠୀ ଓ ବିନାୟକ ସେଠୀ ଦୁହେଁ ସାନପୁଅ ଅମର ନାହାକକୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏହା ଦେଖି ବାପା ଆନନ୍ଦ ପୁଅକୁ ବଞ୍ଚାଇବାକୁ ଆକ୍ରମଣର ଶିକାର ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୁଅ ଅମର ଗୁରୁତର ଅବସ୍ଥାରେ କବିସୂର୍ଯ୍ୟନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଆଇଆଇସି ପ୍ରଭାତ ସାହୁ, ଏସ୍‌ଆଇ ଅର୍ଜୁନ କହଁରଙ୍କ ସହ ପୋଲିସ କର୍ମଚାରୀ ପହଞ୍ଚି ଅଭିଯୁକ୍ତ ଆକୁଳ ସେଠୀ ଓ ବିନାୟକ ସେଠୀଙ୍କୁ ଥାନାରେ ଅଟକ ରଖି ଘଟଣା ସମ୍ପର୍କରେ ଅଧିକ ପଚରାଉଚରା କରୁଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ଗୁରୁବାର ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri