ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ବାପାଙ୍କ ଜୀବନ

କବିସୂର୍ଯ୍ୟନଗର,୬ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୋଲସର ଗ୍ରାମ ଖଦାଳ ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। କେତେକ ଦୁର୍ବୃତ୍ତ ଗାଁ ଦାଣ୍ଡରେ ଗୋଟିଏ ପରିବାରର ବାପା ଓ ପୁଅକୁ ଠେଙ୍ଗାରେ ଆକ୍ରମଣ କରିଛନ୍ତି। ଫଳରେ ବାପା ଘଟଣାସ୍ଥଳରେ ଟଳି ପଡ଼ିଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

ପୋଲିସ ସୂଚନା ମୁତାବକ, ଆନନ୍ଦ ନାହାକ(୬୫) ଏବଂ ସ୍ତ୍ରୀ ରମଣୀ ଗାଁର ଶେଷ ମୁଣ୍ଡରେ କୋଠିଶାଳ ଭୋଗ ଲଗାଇ ଦୁହେଁ ଘରକୁ ଫେରିଥିଲେ। ଆନନ୍ଦ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଟ୍ରାକ୍ଟର ଚାଳକ ଆକୁଳ ସେଠୀ ଓ ବିନାୟକ ସେଠୀ ଦୁହେଁ ସାନପୁଅ ଅମର ନାହାକକୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏହା ଦେଖି ବାପା ଆନନ୍ଦ ପୁଅକୁ ବଞ୍ଚାଇବାକୁ ଆକ୍ରମଣର ଶିକାର ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୁଅ ଅମର ଗୁରୁତର ଅବସ୍ଥାରେ କବିସୂର୍ଯ୍ୟନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଆଇଆଇସି ପ୍ରଭାତ ସାହୁ, ଏସ୍‌ଆଇ ଅର୍ଜୁନ କହଁରଙ୍କ ସହ ପୋଲିସ କର୍ମଚାରୀ ପହଞ୍ଚି ଅଭିଯୁକ୍ତ ଆକୁଳ ସେଠୀ ଓ ବିନାୟକ ସେଠୀଙ୍କୁ ଥାନାରେ ଅଟକ ରଖି ଘଟଣା ସମ୍ପର୍କରେ ଅଧିକ ପଚରାଉଚରା କରୁଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ଗୁରୁବାର ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri