Posted inଜାତୀୟ

ଅବିବାହିତା ଝିଅଙ୍କୁ ଉଚ୍ଚଶିକ୍ଷା ଦେବା ପିତାଙ୍କ ଦାୟିତ୍ୱ…

ନୂଆଦିଲ୍ଲୀ,୧୪।୧୧ : ଦିଲ୍ଲୀର କଡ଼କଡ଼ଡୁମା ଫ୍ୟାମିଲି କୋର୍ଟ ଏକ ମାମଲାର ଶୁଣାଣି କରି କହିଛନ୍ତି ଯେ ଅବିବାହିତ ଝିଅଙ୍କର ଉଚ୍ଚଶିକ୍ଷାର ଖର୍ଚ୍ଚ ବହନ କରିବା ପିତାଙ୍କ ଦାୟିତ୍ୱ। ଏ ସମ୍ପର୍କରେ ଜଣେ ଝିଅ କୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ।

ତାଙ୍କ ଉଚ୍ଚଶିକ୍ଷାର ଖର୍ଚ୍ଚ ତାଙ୍କ ପିତା ବହନ କରିବାକୁ ସେ ଦାବି କରିଥିଲେ। ୧୯ ବର୍ଷ ବୟସ୍କା ଝିଅ କୋର୍ଟରେ ଦାଖଲ କରିଥିବା ତାଙ୍କ ପିଟିଶନରେ କହିଛନ୍ତି ଯେ, ମାଆ ତାଙ୍କର ଅଧ୍ୟୟନ ଖର୍ଚ୍ଚ ବହନ କରିବାକୁ ସକ୍ଷମ ନୁହଁନ୍ତି ଏବଂ ବାପା ଜାଣିଶୁଣି ଖର୍ଚ୍ଚ ବହନ କରୁ ନାହାନ୍ତି ।

ଖବର ଅନୁଯାୟୀ, କଡ଼କଡ଼ଡୁମା ଫ୍ୟାମିଲି କୋର୍ଟ ଏହି ମାମଲାର ଶୁଣାଣି କରି କହିଛନ୍ତି ଯେ ଯଦି ଝିଅ ଅବିବାହିତ ଏବଂ ସେ ଅଧିକ ଅଧ୍ୟୟନ କରିବାକୁ ଚାହାଁନ୍ତି, ତେବେ ତାଙ୍କୁ ଉତ୍ସାହିତ କରାଯିବା ଉଚିତ। ତାଙ୍କର ପାଠପଢ଼ାର ସମସ୍ତ ଦାୟିତ୍ୱ ପିତା ବହନ କରିବା ଆବଶ୍ୟକ। ତେବେ କୋର୍ଟ ଏହା ମଧ୍ୟ କହିଛନ୍ତି ଯେ ସେ ଝିଅକୁ ଅଧିକ ଶିକ୍ଷା ଦେଇ ପାରିବେ କି ନାହିଁ ସେନେଇ ପିତାଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦେଖିବା ଜରୁରୀ। ଯେତେବେଳେ କୋର୍ଟ ଏହି ପ୍ରସଙ୍ଗରେ ରିପୋର୍ଟ ମାଗିଥିଲେ, ସେତେବେଳେ ଜଣାପଡ଼ିଥିଲା ଯେ ଆବେଦନକାରୀଙ୍କ ପିତା ଜଣେ ବ୍ୟବସାୟୀ।
ରିପୋର୍ଟରେ ଦର୍ଶାଯାଇଛି ଯେ ସ୍ବାମୀ-ସ୍ତ୍ରୀ ଅଲଗା ରହୁଛନ୍ତି ଏବଂ ଝିଅ ତାଙ୍କ ମାଙ୍କ ସହ ରୁହନ୍ତି। ଏହି କାରଣରୁ ପିତା ନିଜ ଝିଅର ଉଚ୍ଚଶିକ୍ଷାର ଖର୍ଚ୍ଚ ବହନ କରିବାକୁ ରାଜି ନୁହନ୍ତି।

କୋର୍ଟ କହିଛନ୍ତି ଯେ ଝିଅର ଶିକ୍ଷା ଖର୍ଚ୍ଚ ନଦେବା ପାଇଁ ଏହା ଏକ ଆଧାର ନୁହେଁ। ସ୍ବାମୀ-ସ୍ତ୍ରୀଙ୍କୁ ଅଲଗା ରହିବାକୁ ପଡୁଛି, ଏହାର କିଛି କାରଣ ଥାଇପାରେ। କିନ୍ତୁ ଏହି କାରଣରୁ ଝିଅ ଶିକ୍ଷାରୁ ବଞ୍ଚିତ ହୋଇପାରିବେ ନାହିଁ। ତେଣୁ ପିତାଙ୍କୁ ଅବିବାହିତ ଝିଅର ଉଚ୍ଚଶିକ୍ଷା ଖର୍ଚ୍ଚ ବହନ କରିବାକୁ ପଡିବ ।

ଚଳିତ ବର୍ଷ ଜାନୁଆରୀରେ ଏକ ମାମଲାରେ ଦିଲ୍ଲୀ ହାଇକୋର୍ଟ କହିଥିଲେ ଯେ ଜଣେ ଅବିବାହିତା ଝିଅର ଭରଣପୋଷଣ ଦାୟିତ୍ୱ ଜଣେ ପିତାଙ୍କର କର୍ତ୍ତବ୍ୟ । ଏହାମଧ୍ୟରେ ଝିଅଙ୍କର ଶିକ୍ଷା ଏବଂ ବିବାହ ପାଇଁ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ।

ଦିଲ୍ଲୀ ହାଇକୋର୍ଟର ଜଷ୍ଟିସ ଭିପିନ ସାଙ୍ଗି ଏବଂ ଜସମିତ ସିଂଙ୍କ ନେତୃତ୍ୱରେ ଗଠିତ ଏକ ଡିଭିଜନ ବେଞ୍ଚ କହଥିଲେ ଯେ କନ୍ୟାଦାନ କରିବା ଏକ ହିନ୍ଦୁ ପିତାଙ୍କ ପବିତ୍ର ତଥା ଧାର୍ମିକ ଦାୟିତ୍ୱ। ଏଥିରୁ ସେ ପଛକୁ ଯାଇ ପାରିବେ ନାହିଁ। ଯଦିଓ ଜଣେ ଅବିବାହିତ ଝିଅ ଚାକିରୀ କରି ରୋଜଗାର କରୁଥାନ୍ତି, ତେବେ ଏହା ଅନୁମାନ କରାଯାଇପାରିବ ନାହିଁ ଯେ ସେ ବୈବାହିକ ଖର୍ଚ୍ଚ ପୂରଣ କରିବା ପାଇଁ ତାଙ୍କ ପାଖରେ ପର୍ଯ୍ୟାପ୍ତ ସମ୍ବଳ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri