ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର: ଦୃଷ୍ଟିଶକ୍ତି ହରାଇଲେ ବୃଦ୍ଧା

ଢେଙ୍କାନାଳ ଅଫିସ, ୬ା୨: ଢେଙ୍କାନାଳ ସହର ଉପକଣ୍ଠ ମହିଷାପାଟ ଅଞ୍ଚଳରେ ଥିବା ଏକ ଘରୋଇ ଚକ୍ଷୁ ଚିକିତ୍ସାଳୟରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ବୃଦ୍ଧାଙ୍କ ଦୃଷ୍ଟିଶକ୍ତି ଚାଲିଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡ଼ିତା ମହିଳା ଶନିବାର ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନିକଟରେ ହୋଇଥିବା ଅଭିଯୋଗରୁ ଜଣାପଡ଼ିଛି, କଟକ ଜିଲା ଆଠଗଡ଼ ରଘୁନାଥପୁର ପାଟଣା ଗ୍ରାମର ବିଳାସିନୀ ସାହୁ ତାଙ୍କ ସ୍ବାମୀ ଶଙ୍କର ସାହୁଙ୍କ ଚକ୍ଷୁ ଅସ୍ତ୍ରୋପଚାର ପାଇଁ ଉକ୍ତ ଘରୋଇ ଚିକିତ୍ସାଳୟକୁ ଆଣିଥିଲେ। ଡିସେମ୍ବରରେ ୧୪ରେ ଅପରେଶନ ହୋଇଥିଲା। ସେହି ସମୟରେ ବିଳାସିନୀଙ୍କ ଚକ୍ଷୁ ଖରାପ ଥିବା ଡାକ୍ତର କହିଥିଲେ। ତାଙ୍କର ମଧ୍ୟ ଆଖି ଅପରେଶନ କରାଯାଇଥିଲା। ଏହାପରେ ତାଙ୍କ ଆଖିକୁ ଆଦୌ ଦିଶୁନାହିଁ। ଏ ସମ୍ପର୍କରେ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିବା ସତ୍ତ୍ୱେ ସୁଫଳ ମିଳି ନ ଥିଲା। ଫଳରେ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପୁଣିଥରେ ପରୀକ୍ଷା କରାଇଥିଲେ। ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ପାଇଁ ତାଙ୍କର ଦୃଷ୍ଟିଶକ୍ତି ଚାଲିଯାଇଥିବା ରିପୋର୍ଟରୁ ଜଣାପଡ଼ିଥିଲା। ଏହାପରେ ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ଟାଉନ ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର କୁହନ୍ତି, ଆଠଗଡ଼ ଅଞ୍ଚଳରେ ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ହୋଇଥିବା କ୍ୟାମ୍ପରେ ସମ୍ପୃକ୍ତ ମହିଳାଙ୍କ ଚକ୍ଷୁ ଅସ୍ତ୍ରୋପଚାର କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତଦନ୍ତ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୨ବର୍ଷ ତଳେ ଢେଙ୍କାନାଳ ଜିଲାରେ ଅନ୍ଧତ୍ୱ ଦୂରୀକରଣ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଡିଟ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri