ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର, ଅର୍ଥ ପାଇଁ ଜୁଲମ

ନିମାପଡ଼ା,୪ା୧୦(ଡି.ଏନ୍‌.ଏ.): ନିମାପଡ଼ା ଅଞ୍ଚଳର ଏକ ଘରୋଇ ଚିକିତ୍ସାଳୟରେ ଜଣେ ମହିଳାଙ୍କ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଏବଂ ଚିକିତ୍ସା ବାବଦରେ ଅହେତୁକ ଅର୍ଥ ପାଇଁ ଜୁଲମ କରାଯାଉଥିବା ନେଇ ଶନିବାର ନିମାପଡ଼ା ଥାନାରେ ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତ ରୋଗୀଙ୍କ ଦେଢ଼ଶୁରଙ୍କ ଅଭିଯୋଗକ୍ରମେ ପୋଲିସ ଉକ୍ତ ଚିକିତ୍ସାଳୟର ଡାକ୍ତର ଓ ପରିଚାଳକଙ୍କ ବିରୋଧରେ ଏକ ମାମଲା(ନଂ.୩୪୬/୨୧) ରୁଜୁକରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଏହି ଥାନା ଅଧୀନ ଅରିଷଣ୍ଢ ଗ୍ରାମର ମନସ୍ବିନୀ ବେହେରା ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଗତ ୧୪ତାରିଖରେ ପରିବାରଲୋକ ଚିକିତ୍ସା ପାଇଁ ତାଙ୍କୁ ଉକ୍ତ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏହା ପରଦିନ ତାଙ୍କର ଲାପୋସ୍କୋପି ଅପରେଶନ କରାଯାଇଥିଲା। ଅପରେଶନ ପରେ ମନସ୍ବିନୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। ପରେ ଉକ୍ତ ଚିକିତ୍ସାଳୟର ପରିଚାଳକ ଓ ଡାକ୍ତର ମନସ୍ବିନୀଙ୍କୁ କଟକ ନେବା ପାଇଁ ପରାମର୍ଶ ଦେଇଥିଲେ। ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ହୋଇଥିବା ଜାଣିବା ପରେ ପରିବାର ଲୋକଙ୍କ ସମେତ କେତେଜଣ ଗ୍ରାମବାସୀ ଉକ୍ତ ଚିକିତ୍ସାଳୟରେ ହୋହଲ୍ଲା କରିଥିଲେ। ଖବରପାଇ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ପରେ ମନସ୍ବିନୀଙ୍କୁ ଏହି ଚିିକିତ୍ସାଳୟର ଡାକ୍ତର ଓ କର୍ମଚାରୀଙ୍କ ହେପାଜତରେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିଛିଦିନ ପରେ ସେଠାରେ ମନସ୍ବିନୀ ସୁସ୍ଥ ହୋଇଥିଲେ। ଚିକିତ୍ସା ବାବଦରେ କଟକର ଉକ୍ତ କ୍ଲିନିକ କର୍ତ୍ତୃପକ୍ଷଙ୍କ ପକ୍ଷରୁ ୯୩ହଜାର ଟଙ୍କା ଜମା କରିବା ପାଇଁ ରୋଗୀଙ୍କ ପରିବାର ଲୋକଙ୍କୁ କୁହାଯାଇଥିଲା। ତେବେ ରୋଗୀଙ୍କ ପରିବାର ପକ୍ଷରୁ ୩୫ହଜାର ଟଙ୍କା ଜମା କରାଯାଇଥିଲା। ପରେ ଉକ୍ତ କ୍କ୍ଲିନିକ ପକ୍ଷରୁ ଅବଶିଷ୍ଟ ଟଙ୍କା ଜମା ନ କଲେ ରୋଗୀଙ୍କୁ ଡିସଚାର୍ଜ କରାଯିବ ନାହିଁ କୁହାଯାଇଥିଲା। ପରବର୍ତ୍ତୀ ସମୟରେ ସମାଧାନ ପରେ ରୋଗୀଙ୍କୁ ଡିସଚାର୍ଜ କରାଯାଇଥିଲା। ଅନ୍ୟପକ୍ଷେ ବିଜୁ ସ୍ବାସ୍ଥ୍ୟ ବୀମା କାର୍ଡରେ ମାଗଣାରେ ଅସ୍ତ୍ରୋପଚାର ଓ ଚିକତ୍ସା କରାଯିବ ବୋଲି ନିମାପଡ଼ା ଘରୋଇ ଚିକିତ୍ସାଳୟର ପରିଚାଳକ ରୋଗୀଙ୍କ ପରିବର ଲୋକଙ୍କୁ କହିଥିଲେ। ମାତ୍ର ପରେ ଚିକିତ୍ସାଳୟର ପରିଚାଳକ ଚିକିତ୍ସା ବାବଦରେ ମୋଟା ଅଙ୍କର ଅର୍ଥ ଦାବି କରୁଥିବା ଅଭିଯୋଗଫର୍ଦ୍ଦରେ ଦର୍ଶାଯାଇଛି। ପୁରୀ ଏଡିଏମ୍‌ଓ ନିମାପଡ଼ାର ଉକ୍ତ ଘରୋଇ ଚିକତ୍ସାଳୟରେ ପହଞ୍ଚି ତଦନ୍ତ କରିଥିବା ଜଣାପଡ଼ିଛି। ଏ ସମ୍ପର୍କରେ ନିମାପଡ଼ା ଚିକତ୍ସାଳର ଡାକ୍ତର ଓ ପଚରିଚାଳକ କହିଛନ୍ତି, ଅସ୍ତ୍ରୋପଚାର ପରେ ରୋଗୀଙ୍କୁ ଆଇସିୟୁ ଆବଶ୍ୟକ ପଡ଼ିବାରୁ କଟକର ଏକ ଘରୋଇ କ୍ଲିନିକକୁ ସ୍ଥାନାନ୍ତର କରାଯାଇଥିଲା। ରୋଗୀଙ୍କ ପରିବାର ଲୋକେ ଆଣିଥିବା ଅଭିଯୋଗ ମିଥ୍ୟା ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?