Odisha Elections 2024

ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ

ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି କରାଯାଇଥିଲା । ।

ମଙ୍ଗଳ ଆରତୀ ପରେ ମଇଲମ, ଚନ୍ଦନବେଢା ଖଇକୋରା ଭୋଗ, ସର୍ବାଙ୍ଗ ବେଶ ସରି ଦକ୍ଷିଣ ଘର ଭୋଗ ପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି କରାଯିବାକୁ ସ୍ଥିର ହୋଇଥିଲା । ସେପଟେ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ହେବାନେଇ ନୀତି ନିର୍ଘଣ୍ଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା

ଭୁବନେଶ୍ୱର,୨୦।୫: ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ...

ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା

ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ...

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ପୋଲିଂ କର୍ମଚାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ

ଭୁବନେଶ୍ୱର,୨୦।୫: ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ କେତେକ ସ୍ଥାନରେ ବିଶୃଙ୍ଖଳା ଘଟିଥିବା ଦେଖିବାକୁ ମିଳିଛି। ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀର...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri