ଟ୍ରମ୍ପଙ୍କ ଘରେ ଚଢାଉ: ନ୍ୟୁକ୍ଲିୟର ତଥ୍ୟ ଖୋଜିବାକୁ ପହଞ୍ଚିଥିଲା ଏଫବିଆଇ!

ୱାଶିଂଟନ,୧୨ ।୮: ଆମେରିକା ଯାଞ୍ଚ ଏଜେନ୍ସି ଏଫବିଆଇ ଦ୍ୱାରା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫ୍ଲୋରିଡା ସ୍ଥିତ ଘରେ ଚଢାଉକୁ ନେଇ ଏକ ବଡ ତଥ୍ୟ ସାମ୍ନାକୁ ଆସିଛି । ଚଢାଉ ସମୟରେ ନ୍ୟୁକ୍ଲିୟର ତଥ୍ୟ ସହ ଅନ୍ୟ ଜିନିଷର ଖୋଳତାଡ କରାଯାଇଥିଲା । ୱାଶିଂଟନ ପୋଷ୍ଟରେ ଏ ସମ୍ପର୍କରେ ଦାବି କରାଯାଇଛି ।
ସୂଚନାଯୋଗ୍ୟ, ଏଫବିଆଇ ନିକଟରେ ଟ୍ରମ୍ପଙ୍କ ଫ୍ଲୋରିଡା ସ୍ଥିତ ମାର ଏ ଲାଗୋ ଘରେ ଚଢାଉ କରିଥିଲା । ଏହି ସମୟରେ ଏଫବିଆଇ ସେଠାରୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରରେ ଭର୍ତ୍ତି ଏକ ଡଜନ ବକ୍ସ ଜବତ କରିଥିଲା । କେବଳ ସେତିକି ନୁହେଁ ଦ ନ୍ୟୁଜ ୱାକରେ ଏଫବିଆଇ ସୂତ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ, କୁହାଯାଇଛି କି ଚଢାଉ ଜାଣିଶୁଣି ଏମିତି ସମୟରେ କରାଯାଇଥିଲା ଯେତେବେଳେ ଟ୍ରମ୍ପ ଘରେ ନ ଥିଲେ । ଅଧିକାରୀମାନେ କହିଛନ୍ତି, ଟ୍ରମ୍ପ ଥିବା ବେଳେ ଯାଞ୍ଚ କରାଯାଇଥିଲେ ଏଥିରେ ବାଧା ସୃଷ୍ଟି ହୋଇଥାଆନ୍ତା । ଏହାସହ ଟ୍ରମ୍ପ ଏହି ଚଢାଉକୁ ନେଇ ରାଜନୈତିକ ଲାଭ ବି ଖୋଜିଥାଆନ୍ତେ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri