ଭାରତ-କାନାଡା କୂଟନୈତିକ ବିବାଦ: ଶିଖ୍‌ ନେତାଙ୍କୁ ସତର୍କ କରାଇଲା ଏଫବିଆଇ

ଓ୍ବାଶିଂଟନ୍‌,୨୪।୯: ଭାରତ-କାନାଡା ବିବାଦ ଦିନକୁ ଦିନ ଘନେଇବାରେ ଲାଗିଛି। କିଛି ଦିନ ପୂର୍ବେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଖଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାର ହତ୍ୟାରେ ଭାରତର ସମ୍ପୃକ୍ତି ନେଇ ଅଭିଯୋଗ ଆଣିଥିଲେ। ଯାହାକୁ ନେଇ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ବିଗିଡିବାରେ ଲାଗିଛି।

ତେବେ ଏହାରି ଭିତରେ ଆମେରିକାର ଅନୁସନ୍ଧାନକାରୀ ଏଜେନ୍ସି ଏଫବିଆଇ(ଫେଡେରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ) ଆମେରିକାରେ ଥିବା ଅନେକ ଶିଖ ନେତାଙ୍କୁ ଭେଟି ସେମାନଙ୍କ ଜୀବନ ବିପଦରେ ଥିବା ସତର୍କ କରାଇଛି।

ଆମେରିକୀୟ ଶିଖ କମିଟିର ସଂଯୋଜକ ତଥା ରାଜନୈତିକ କାର୍ଯ୍ୟକର୍ତ୍ତା ପ୍ରୀତପାଲ ସିଂ କହିଛନ୍ତି, ଏଫବିଆଇ ଅଧିକାରୀ ତାଙ୍କୁ ଅନ୍ୟ ଦୁଇ ଆମେରିକୀୟ ଶିଖଙ୍କ ସହ ସାକ୍ଷାତ କରିଥିଲେ। କାଲିଫର୍ଣ୍ଣିଆର ଏକ ଅଣ-ଲାଭ ଗୋଷ୍ଠୀର ଇନ୍ସାଫର ସହ-ନିର୍ଦ୍ଦେଶକ ସୁଖମାନ ଧାମି କହିଛନ୍ତି ଯେ ଆମେରିକାର ଶିଖମାନଙ୍କ ଉପରେ ସମ୍ଭାବ୍ୟ ବିପଦ ଥିବା ନେଇ ପୋଲିସ ସତର୍କ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?