ଖୋଲାବଜାରରେ ଗହମ ବିକୁଛି ଏଫ୍‌ସିଆଇ

ଭୁବନେଶ୍ୱର,୧୪।୧୦ (ଅଭୟ ଦାଶ): ବିଗତ କିଛି ମାସ ହେଲା ଖୋଲା ବଜାରରେ ଗହମ ଅଭାବ ଦେଖାଦେଇଛି। ଫଳରେ ଗହମ ଜାତୀୟ ଖାଦ୍ୟ ପଦାର୍ଥ ସାଙ୍ଗକୁ ଅଟାର ମୂଲ୍ୟ ବୃଦ୍ଧି ହୋଇପାରେ ବୋଲି ବଜାର ବିଶେଷଜ୍ଞମାନେ ସରକାରଙ୍କୁ ଆଗୁଆ ସୂଚନା ପ୍ରଦାନ ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ କେନ୍ଦ୍ର ସରକାରଙ୍କୁ ବିଭିନ୍ନ ମହଲରେ ନିବେଦନ କରାଯାଇଛି। ଫଳରେ ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ପକ୍ଷରୁ ଖୋଲାବଜାରରେ ଗହମ ବିକ୍ରି ଆରମ୍ଭ ହୋଇଯାଇଛି। ଏପରିକି ୨୦୨୩ ଅଗଷ୍ଟରୁ ଏଫ୍‌ସିଆଇ କ୍ରମାଗତ ଭାବେ ଖୋଲା ବଜାରରେ ଗହମ ବିକ୍ରି କରୁଛି। ସେହିଭଳି ଦେଶରେ ଖାଦ୍ୟ ମୁଦ୍ରାସ୍ଫୀତି ନିୟନ୍ତ୍ରଣ ନିମନ୍ତେ କେନ୍ଦ୍ର ସରକାର ଉଦ୍ୟମ ଜାରି ରଖିଛନ୍ତି। ବଜାର ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଆଗକୁ ପାର୍ବଣ ଥିବାରୁ ଦେଶରେ ମୁଦ୍ରାସ୍ଫୀତି ମଧ୍ୟ ବଢ଼ିପାରେ ବୋଲି ଆକଳନ କରାଯାଉଛି। ମୁଦ୍ରାସ୍ଫୀତି ବୃଦ୍ଧିକୁ ନଜରରେ ରଖି କେନ୍ଦ୍ର ସରକାର ନୂଆ ଗାଇଡ୍‌ଲାଇନ ସହ ସତର୍କ ରହିବାକୁ ଉଭୟ ମନ୍ତ୍ରଣାଳୟ ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଏ ସମ୍ପର୍କରେ ଖାଦ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ କହିଛନ୍ତି, ଏଫ୍‌ସିଆଇ ଇ-ନିଲାମ ଜରିଆରେ ଗହମ ବିକ୍ରି କରୁଥିବାବେଳେ ୨୦୨୩ ସେପ୍ଟେମ୍ବର ଶେଷ ସୁଦ୍ଧା ଏଫ୍‌ସିଆଇ ଷ୍ଟକ୍‌ରୁ ୨.୩୭ ନିୟୁତ ଟନ୍‌ ଗହମ ବିକ୍ରି କରିଛନ୍ତି। ବିଶେଷକରି ପାର୍ବଣ ପୂର୍ବରୁ ବଜାରରେ ଅଟା ଦର ନିୟନ୍ତ୍ରଣ ନିମନ୍ତେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ଏପରିକି ପ୍ରଥମରୁ ଦର ନିୟନ୍ତ୍ରଣ କରି ଦିଆଗଲେ ଆଗାମୀ ଦିନରେ ଗହମ ଓ ଅଟାର ମୂଲ୍ୟ ବୃଦ୍ଧି ଦେଖିବାକୁ ମିଳିବ ନାହିଁ ବୋଲି ମନ୍ତ୍ରଣାଳୟ ପକ୍ଷରୁ ଆଶା କରାଯାଉଛି। ଉଲ୍ଲେଖଯୋଗ୍ୟ,୨୦୨୩ ଅଗଷ୍ଟରେ ଗହମର ଖୁଚୁରା ମୁଦ୍ରାସ୍ଫୀତି ହାର ୯.୩ ରୁ ହ୍ରାସ ହୋଇ ୭.୯୩% ହୋଇଛି। ସୂଚନା ମୁତାବକ ଖାଦ୍ୟ ସମଗ୍ରୀ ମୂଲ୍ୟ ହ୍ରାସ ଯୋଗୁ ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ଗତ ୩ ମାସର ସର୍ବନିମ୍ନସ୍ତର ୫.୨%କୁ ହ୍ରାସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri