ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ ଗ୍ରାହକଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଜାରି ରହିଛି। ଏପରିକି ବ୍ୟାଙ୍କର ଜମା ରାଶି ବୃଦ୍ଧି ପାଇଁ ଉଭୟ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ବିଭିନ୍ନ ଯୋଜନା ଉପରେ ଆକର୍ଷଣୀୟ ଅଫର ଓ ସୁବିଧା ଯୋଗାଇ ଦେଉଛନ୍ତି। ଫଳରେ ଗତ କିଛି ମାସ ହେବ ବ୍ୟାଙ୍କର ବିଭିନ୍ନ ଯୋଜନାରେ ଗ୍ରାହକଙ୍କ ଭାଗୀଦାରି ପୂର୍ବାପେକ୍ଷା ବୃଦ୍ଧି ପାଇଛି। ଅପରପକ୍ଷରେ ୨୦୨୪ ଅକ୍ଟୋବର ମାସରେ ଉଭୟ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ପକ୍ଷରୁ ଫିକ୍ସଡ ଡିପୋଜିଟ (ଏଫ୍‌ଡି) ଉପରେ ଆକର୍ଷଣୀୟ ଅଫର ସାଙ୍ଗକୁ ସୁଧ ହାର ବୃଦ୍ଧି କରିଛନ୍ତି। ଏପରିକି ୧୦ଟି ବ୍ୟାଙ୍କ ୭.୫%ରୁ ଅଧିକ ସୁଧହାର ପ୍ରଦାନ କରୁଥିବାବେଳେ ୩ ବର୍ଷିଆ ଅବଧି ଅଫର ପ୍ରଦାନ କରୁଛନ୍ତି। ସେହିଭଳି ବ୍ୟାଙ୍କଗୁଡିକର ଅନ୍ୟାନ୍ୟ ଯୋଜନାରେ ମଧ୍ୟ ସୁଧ ହାର ସାଙ୍ଗକୁ ଅନ୍ୟାନ୍ୟ ସୁବିଧା ସବୁ ବର୍ଗର ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି।

ଦେଶର ଉଭୟ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଏଫ୍‌ଡି ଉପରେ ୭% ରୁ ୯% ପର୍ଯ୍ୟନ୍ତ ସୁଧହାର ପ୍ରଦାନ କରୁଛନ୍ତି। ଏପରିକି ସ୍ବଳ୍ପ ଅବଧି ଯୋଜନାରେ ମଧ୍ୟ ଆକର୍ଷଣୀୟ ଅଫର ଓ ଅନ୍ୟାନ୍ୟ ସୁବିଧା ଗ୍ରାହକମାନଙ୍କୁ ଯୋଗାଇ ଦେଉଛନ୍ତି। ବିଶେଷକରି ଭାରତୀୟ ଷ୍ଟେଟ ବ୍ୟାଙ୍କ, ବ୍ୟାଙ୍କ ଅଫ୍‌ ବରୋଦା, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଏଫ୍‌ଡି ଉପରେ ୭ ରୁ ୭.୫% ସୁଧହାର ପ୍ରଦାନ କରୁଥିବାବେଳେ ଆକ୍ସିସ ବ୍ୟାଙ୍କ ,ଡିସିବି ବ୍ୟାଙ୍କ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ,ଆଇସିଆଇସିଆଇ ବ୍ୟାଙ୍କ, ୟେସ୍‌ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ଭଳି ୧୦ରୁ ଅଧିକ ଘରୋଇ ବ୍ୟାଙ୍କ ୭ରୁ ୯% ପର୍ଯ୍ୟନ୍ତ ସୁଧ ହାର ପ୍ରଦାନ କରୁଛନ୍ତି।

ଉଲ୍ଲେଖଯୋଗ୍ୟ ଚଳିତ ପାର୍ବଣରେ ଉଭୟ ଘରୋଇ ଓ ରାଷ୍ଟ୍ରାୟତ ବ୍ୟାଙ୍କ ଗୁଡ଼ିକରେ ଏଫ୍‌ଡି ସଂଖ୍ୟା ପୂର୍ବମାସ ଅପେକ୍ଷା ୧୨% ଅଧିକ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ କପ୍‌ ପରେ ହଠାତ୍‌ ଇସ୍ତଫା ଦେଲେ ଅଧିନାୟକ, ନିଷ୍ପତ୍ତିରେ ବୋର୍ଡ ଚକିତ

ଢାକା: ବାଂଲାଦେଶ ମହିଳା କ୍ରିକେଟ ଦଳରେ ହଠାତ୍‌ ହଲଚଲ ସୃଷ୍ଟି ହୋଇଛି। ଏସିଆ କପ୍‌ ୨୦୨୬ ଶେଷ ହେବା ପରେ ନିଗାର ସୁଲତାନା ଟି-୨୦ ଦଳର ଅଧିନାୟକ…

ଗଜକେସରୀ ଯୋଗ: ଅକ୍ଟୋବର ଆରମ୍ଭରୁ ୩ ରାଶିକୁ ମିଳିବ ବମ୍ଫର ଫାଇଦା, ମାଲାମାଲ ହେବା ସହ ଚାକିରିରେ ବଡ଼ ପ୍ରମୋଶନ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ଓ ପ୍ରଭାବଶାଳୀ ଯୋଗ ଭାବେ ମାନ୍ୟତା ଦିଆଯାଏ। ଜ୍ୟୋତିଷୀୟ ବିଶ୍ୱାସ ଅନୁସାରେ, ଏହି ଯୋଗ ଶକ୍ତି, ମାନ-ସମ୍ମାନ…

ନଗର ନିଗମ ଫଳାଫଳ: ଭାଜପାକୁ ବଡ଼ ଝଟକା, ଆଉ ୪ ୱାର୍ଡରେ ଜିତିଲା କଂଗ୍ରେସ

ଜୟପୁର,୧୭।୯: ରାଜସ୍ଥାନର ଜୟପୁର, କୋଟା ଓ ଯୋଧପୁରର ୯ଟି ଆସନ ମଧ୍ୟରୁ ୮ଟିର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ଏହି ଆସନଗୁଡ଼ିକରେ ସେପ୍ଟେମ୍ବର ୧୬ ତାରିଖରେ ପୁନଃ…

ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ, ୧୭ା୯ : ବାୟୁ ପ୍ରଦୂଷଣ ସଂସ୍ପର୍ଶରେ ଆସିବା ଦ୍ୱାରା ବ୍ୟକ୍ତିଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବୃତ୍ତି ଏବଂ ଆତ୍ମହତ୍ୟାର ଚିନ୍ତାଧାରା ବୃଦ୍ଧି ପାଉଥିବା ନେଇ ଏକ ନୂତନ…

ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର

ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ…

ବୈଦିକ ଭୂମିରେ ହିନ୍ଦୁଧର୍ମ

ସିନ୍ଧୁ ନଦୀର ଶାଖାନଦୀଗୁଡ଼ିକ ଦ୍ୱାରା ପ୍ଳାବିତ ପଞ୍ଜାବ ମୂଳ ବୈଦିକ ଭୂମି ଥିଲା। ହେଲେ ଏବେ ଯମୁନା-ଗଙ୍ଗା ଧୋୟାଞ୍ଚଳ ସହିତ ବେଦକୁ ଅଧିକ ଜଡ଼ିତ କରାଯାଉଥିବାବେଳେ ଅନ୍ୟପକ୍ଷରେ…

PM ମୋଦି କେବେ କେବେ UPIରେ କରିଛନ୍ତି ପେମେଣ୍ଟ? ଜାଣନ୍ତୁ କେତେ ଟଙ୍କା କରିଥିଲେ ଖର୍ଚ୍ଚ

ନୂଆଦିଲ୍ଲୀ, ୧୭/୯:ଆଜି ସେପ୍ଟେମ୍ବର ୧୭। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଦେଶରେ ଡିଜିଟାଲ ପେମେଣ୍ଟ ଏବଂ UPIକୁ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?