କାଉଡ଼ିଆଙ୍କ ଭୟ କେନାଲବନ୍ଧ ରାସ୍ତା

ରଘୁନାଥପୁର,୨୫ା୭ (ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଜଳଲାଗି ପାଇଁ କାଉଡ଼ିଆଙ୍କ ଭିଡ଼ ଜମୁଛି। ତେବେ ପୀଠକୁ ଆସିବା ପାଇଁ ରାହାଡ଼ିଙ୍ଗା ଜଳସେଚିତ କେନାଲ ବନ୍ଧ ରାସ୍ତାକୁ ସଫା କରାଯାଇ ନଥିବାରୁ କାଉଡିଆଙ୍କ ଜଳ ଲାଗି ଯାତ୍ରାରେ ସମସ୍ୟା ଉପୁଜିଥିବା ଅଭିଯୋଗ ହୋଇଛି। ଏହି ରାସ୍ତାର ଉଭୟ ପାର୍ଶ୍ୱରେ ଛୋଟ ଛୋଟ ଗଛ ଓ ଲଟାବୁଦା ସବୁ ରାସ୍ତା ଉପରକୁ ମାଡି ଆସିଛି। ଏଥିସହ ରାସ୍ତାଟି ଖାଲଖମାରେ ଭରି ରହିଛି।
ଏନେଇ ଅନ୍ଧାରୁଆ ବର୍ଷା ରାତିରେ କାଉଡ଼ିଆଙ୍କ ଯାତ୍ରା ସମୟରେ କୀଟ ଓ ସରୀସୃପଙ୍କ ଭୟ ରହିଛି ବୋଲି କେତେଜଣ ଆଶଙ୍କା ବ୍ୟକ୍ତ କରିଛନ୍ତି। ସେହିପରି ପୀଠ ପକ୍ଷରୁ ରାତ୍ରିରହଣି ପାଇଁ ଓଟିଡିସି ଘର ନିକଟରେ ଭକ୍ତଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ମାତ୍ର ଏଠାରେ ଲଗାଯାଇଥିବା ଟେଣ୍ଟ ଚତୁଃପାର୍ଶ୍ୱ ଓ ପୀଠ ପ୍ରବେଶ ପଥ ପାଣି କାଦୁଅରେ ଭରି ରହିଛି। ଏନେଇ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଏଥିଯୋଗୁ ରାତ୍ରିଯାପନ ପାଇଁ ଦୂରଦୂରାନ୍ତରରୁ ଆସିଥିବା ବ୍ୟକ୍ତିମାନେ ଏଣେତେଣେ ତଥା ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଥିବା ଦେଖିବାକୁ ମିଳୁଛି। ପୀଠ କାର୍ଯ୍ୟାଳୟ ପକ୍ଷରୁ ଚଳିତବର୍ଷ କାଉଡ଼ିଆଙ୍କ ପ୍ରବଳ ଜନଗହଳିକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥା କରାଯିବା ପାଇଁ ସ୍ଥିର ହୋଇଥିଲା। ଏନେଇ ଆଲୋକ, ପାନୀୟଜଳ, ଫାଷ୍ଟେଡ୍‌ ସୁବିଧା, ପରିମଳ ବ୍ୟବସ୍ଥା କରାଯିବା ସହ ରାସ୍ତାଘାଟ ପରିଷ୍କାର କରାଯାଇ ଆଇନଶୃଙ୍ଖଳା ବ୍ୟବସ୍ଥା ଉପଲବ୍ଧ କରାଯାଇଛି। ମାତ୍ର ଦୂରଦୃଷ୍ଟିର ଅଭାବ ଯୋଗୁ ଉକ୍ତ କେନାଲ ବନ୍ଧ ରାସ୍ତା ସଫା କରାଯାଇନାହିଁ ବୋଲି ସାଧାରଣରେ ଅଭିଯୋଗ ହୋଇଛି। ଏହାଛଡ଼ା ପୀଠ ପରିସର ଚତୁଃପାର୍ଶ୍ୱରେ ଥିବା ଆବର୍ଜନାକୁ ପରିଷ୍କାର ଭାବେ ସଫା କରାଯାଇଥିଲେ, ବର୍ଷା ହେଲେବି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇନଥାନ୍ତା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଆଗକୁ ଆଉ ଦୁଇଟି ସୋମବାର ଥିବାରୁ କାଉଡ଼ିଆଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି। ପୀଠ ପ୍ରଶାସନ ଏଥିପ୍ରତି ସଚେତନ ହେବା ସହ ଆଗକୁ ଯୁଧ୍ୟକାଳୀନ ଭିତ୍ତିରେ ଏସବୁ ସମସ୍ୟାର ସମାଧାନ କରିବାକୁ ଦାବି ହୋଇଛି। ଏ ସମ୍ପର୍କରେ ପୀଠ କାର୍ଯ୍ୟନିର୍ବାହୀ ଅଧିକାରୀ ଶୌର୍ଯ୍ୟରଞ୍ଜନ ପରିଜା କୁହନ୍ତି, ରାସ୍ତାଘାଟ ସଫା ପାଇଁ ମେଶିନ ବ୍ୟବସ୍ଥା ହୋଇଥିଲା। ଏସବୁ ଅସୁବିଧା ସମସ୍ୟା ସମ୍ପର୍କରେ ପୁନର୍ବାର ଦୃଷ୍ଟି ଦିଆଯାଇ ତୁରନ୍ତ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?