ଭିଡ଼କୁ ଭୟ…

ନୂଆଦିଲ୍ଲୀ, ୧।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।

ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୪୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୬ ହଜାର ୪୬୪ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୯ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୪୩ ହଜାର ୯୮୯ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୬ ହଜାର ୧୧୨ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୩୯୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୦ ଲକ୍ଷ ୩୬ ହଜାର ୨୭୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୩ ଲକ୍ଷ ୬୫ ହଜାର ୮୯୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ, ଦିଲ୍ଲୀ, ଗୁଜରାଟ ଏବଂ ପଶ୍ଚିମବଙ୍ଗ ଆଦି ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧,୮୪୯ ଜଣ, ପଶ୍ଚିମବଙ୍ଗରେ ୧,୦୧୧ ଜଣ, ତାମିଲନାଡୁରେ ୧,୪୬୭ ଜଣ, ପଞ୍ଜାବରେ ୪୬୫ ଜଣ କେରଳରେ ୧,୬୩୯ ଜଣ, କର୍ନାଟକରେ ୧,୬୯୨ ଜଣ, ଓଡ଼ିଶାରେ ୧,୦୨୯ ଜଣ, ଗୁଜରାଟରେ ୯୪୨, ଆସାମରେ ୬୮୬ ଜଣ, ତେଲେଙ୍ଗାନାରେ ୭୦୫, ହିମାଚଳପ୍ରଦେଶରେ ୧୯୮ ଜଣ, ଛତିଶଗଡ଼ରେ ୨୨୦ ଜଣ, ଦିଲ୍ଲୀରେ ୧,୨୬୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୬୨୫ ଜଣ, ଆନ୍ଧ୍ରପ୍ରଦେଶରେ ୩୩୨ ଜଣ, ଉତ୍ତରପ୍ରଦେଶରେ ୫୦୪ ଜଣ, ଜମ୍ମୁ-କଶ୍ମୀରରେ ୭୦୪ ଜଣ, ବିହାରରେ ୨୯୦ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ରାଜସ୍ଥାନରେ ୨୪୩ ଜଣ, ମଧ୍ୟପ୍ରଦେଶରେ ୨୧୩ଜଣ, ଉତ୍ତରାଖଣ୍ଡରେ ୨୨୪ ଜଣ, ପୁଡୁଚେରୀରେ ୧୧୩ ଜଣ, ଚଣ୍ଡିଗଡ଼ରେ ୧୮୮ ଜଣ, ସିକିମ୍‌ରେ ୧୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୪ କୋଟି ୩୪ ଲକ୍ଷ ୩ ହଜାର ୬୭୬ରେ ପହଞ୍ଚିଛି। ସେଥିମଧ୍ୟରେ ୯୨ କୋଟିରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୫ କୋଟି ୪୦ ଲକ୍ଷ ଦ୍ୱିତୀୟ ଡୋଜ୍‌ ଥିଲା। ଗତ ୨୪ ଘଣ୍ଟାରେ ୬ ଲକ୍ଷ ୩୪ ହଜାର ୧୬୭ ଟିକା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?