ଅର୍ଚ୍ଚନା ଡର, ମୁହଁମୋଡ଼ି ପଳାଇଲେ ପୋଲିସ କମିଶନର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବଡ଼ବଡିଆ ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ହନିଟ୍ରାପ୍‌ରେ ଫସାଇ ବିପୁଳ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ ହୋଇଥିବା ରହସ୍ୟମୟୀ ଅର୍ଚ୍ଚନା ନାଗ ଏବେ ଜେଲରେ ଦିନ କାଟୁଛନ୍ତି। ତେବେ ତାଙ୍କ ଲିଙ୍କ୍‌ରେ ଥିବା ତଥା ସୁରକ୍ଷା ଦେଉଥିବା ବଡ଼ବଡ଼ିଆଙ୍କ ପାଖରେ ପହଞ୍ଚତ୍ବାକୁ କମିଶନରେଟ ପୋଲିସ ଚେଷ୍ଟା କରୁନାହିଁ। ୧୪ ଦିନିଆ ବିଚାର ବିଭାଗୀୟ ହାଜତ ଅବଧି ସମୟରେ ଅର୍ଚ୍ଚନାଙ୍କୁ ରିମାଣ୍ଡରେ ନ ଆଣିବା ଓ ପଚରାଉଚରା ନ କରିବା ଆଦିକୁ ନେଇ ପୋଲିସର ଦୁର୍ବଳ ତଦନ୍ତ ପଦାରେ ପଡିଥିବାବେଳେ ଖୋଦ୍‌ ପୋଲିସ କମିଶନରଙ୍କ ଆଭିମୁଖ୍ୟ କମିଶନରେଟ ପୋଲିସର ସ୍ଥିତିକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ପ୍ରଥମରୁ ନୀରବଦ୍ରଷ୍ଟା ସାଜିଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଗୁରୁବାର ଅର୍ଚ୍ଚନା ଗିରଫ ମାମଲାରେ ଗଣମାଧ୍ୟମର ପ୍ରଶ୍ନର ଉତ୍ତର ନ ଦେଇ ମୁହଁ ମୋଡି ଚାଲିଯିବାକୁ ନେଇ ଚାରିଆଡ଼େ ଚର୍ଚ୍ଚା ହେଉଛି। ଅର୍ଚ୍ଚନା ଡର ଓ ଉଚ୍ଚ କ୍ଷମତାଶାଳୀଙ୍କୁ ସୁରକ୍ଷା ଦେବା ପାଇଁ ପୋଲିସ ଏଭଳି ନୀରବଦ୍ରଷ୍ଟା ସାଜିଥିବା କୁହାଯାଉଛି। ସେହିପରି ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଓ ସହଯୋଗୀ ଖଗେଶ୍ୱରଙ୍କ ବିରୋଧରେ ସମାନ ଦଫା ଲାଗିଥିଲେ ମଧ୍ୟ ସେମାନଙ୍କ ଉପରେ କାହିଁକି ପୋଲିସ କାର୍ଯ୍ୟାନୁଷ୍ଠାନ ନେବାକୁ ସାହସ କରୁନାହିଁ ବୋଲି ପ୍ରଶ୍ନ ଉଠୁଛି।
ଅନ୍ୟପକ୍ଷରେ ଦିନକୁ ଦିନ ଅର୍ଚ୍ଚନାଙ୍କ ସମ୍ପର୍କରେ ନୂଆ ନୂଆ କଥା ସାମ୍ନାକୁ ଆସୁଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ କେନ୍ଦୁଗୁଡ଼ାରେ ଜନ୍ମିତ ଅର୍ଚ୍ଚନା ୨୦୦୧ ନଭେମ୍ବର ୯ରେ ଲାଞ୍ଜିଗଡ଼ ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀରେ ଆଡ୍‌ମିଶନ୍‌ କରି ୨୦୦୮ ଯାଏ ପାଠ ପଢ଼ିଥିଲେ। ସପ୍ତମ ଶ୍ରେଣୀରେ ପଢ଼ିବାବେଳେ ୨ଜଣ ଯୁବକ ତାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ଆଣିବା ପରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣା ପରେ ଅର୍ଚ୍ଚନା ତାଙ୍କ ଗାଁ ଛାଡ଼ି କେସିଙ୍ଗାସ୍ଥିତ ମାମୁଘରକୁ ଚାଲି ଆସି ସ୍ଥାନୀୟ ଏକ ଘରୋଇ ସ୍କୁଲରେ ଅଷ୍ଟମ ଶ୍ରେଣୀରେ ନାମ ଲେଖାଇଥିଲେ। ହେଲେ ପୂର୍ବ ସ୍କୁଲରୁ କୌଣସି ଟ୍ରାନ୍ସଫର୍‌ ସାର୍ଟିଫିକେଟ୍‌ ନ ଆଣି ସେଠାରେ ଆଡ୍‌ମିଶନ କରି ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିବା କୁହାଯାଉଛି।
ସୂଚନାଯୋଗ୍ୟ, ଅକ୍ଟୋବର ୬ରୁ ଗିରଫ ହୋଇ ଜେଲରେ ଥିବା ଅର୍ଚ୍ଚନାଙ୍କ ୧୪ ଦିନିଆ ବିଚାର ବିଭାଗୀୟ ହାଜତର ଅବଧି ବୁଧବାର ସରିଥିଲା। ହେଲେ ପୋଲିସ ପକ୍ଷରୁ ରିମାଣ୍ଡ ଆବେଦନ କରା ନ ଯିବାରୁ ଅର୍ଚ୍ଚନାଙ୍କ ବିଚାର ବିଭାଗୀୟ ହାଜତ ଅବଧିକୁ କୋର୍ଟ ବଢ଼ାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri