ଆକ୍ରମଣ ଭୟ: ଦୌଡ଼ିବାବେଳେ ଯାଇଥିଲା ଜୀବନ

ଭୁବନେଶ୍ୱର, ୮।୭(ବ୍ୟୁରୋ): ଦୁଇମାସ ପୂର୍ବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ଯୁବକଙ୍କ ମୃତ୍ୟୁର କାରଣ ଏବେ ସ୍ପଷ୍ଟ ହୋଇଛି। କ୍ୟାପିଟାଲ୍‌ ଥାନା ପୋଲିସ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରି ଯୁବକଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ଦର୍ଶାଇ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଏୟାରପୋର୍ଟ ଥାନା ଅଧୀନ ଗଙ୍ଗନଗର ଅଞ୍ଚଳର ସତ୍ୟଜିତ୍‌ ପଟ୍ଟନାୟକ(୨୩)। ପୋଲିସ ତାଙ୍କଠାରୁ ଏକ ବାଇକ୍‌ ଓ ଆକ୍ରମଣରେ ବ୍ୟବହୃତ ଲୁହାରଡ୍‌ ଜବତ କରିଛି। ପୋଲିସ ଏନେଇ ମାମଲା (ନଂ. ୩୨୪/୨୧) ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।
ଅନୁଯାୟୀ, ଢେଙ୍କନାଳ ଜିଲା କାମାକ୍ଷାନଗର ଅଞ୍ଚଳର ସୁବାସ ନାୟକ(୪୨) ଭୁବନେଶ୍ୱର ବାପୁଜୀ ନଗରରେ ଥିବା ଏକ ହୋଟେଲରେ କାମ କରୁଥିଲେ। ସୁବାସ ଦୁର୍ଗାମଣ୍ଡପ ବସ୍ତିରେ ରହୁଥିବା ତାଙ୍କ ବନ୍ଧୁ ପ୍ରଶାନ୍ତ ମଙ୍ଗରାଜଙ୍କ ଘରକୁ ଯିବାଆସିବା କରନ୍ତି। ତେବେ କୌଣସି କାରଣକୁ ନେଇ ପ୍ରଶାନ୍ତ ଓ ସୁବାସ ମିଶି ଅଭିଯୁକ୍ତ ସତ୍ୟଜିତ୍‌ଙ୍କୁ ଆକ୍ରମଣ କରିଥିଲେ। ଫଳରେ ପ୍ରଶାନ୍ତ ଓ ସୁବାସଙ୍କ ଉପରେ ଅଭିଯୁକ୍ତ ସତ୍ୟଜିତ୍‌ ରାଗ ରଖିଥିଲେ। ମେ ୨୪ରେ ସୁବାସ ସୂର୍ଯ୍ୟନଗର ଅଞ୍ଚଳରେ ଯାଉଥିବା ବେଳେ ସତ୍ୟଜିତ୍‌ ଓ ତାଙ୍କ ସାଙ୍ଗମାନେ ମିଳିମିଶି ତାଙ୍କୁ ଲୁହାରଡ୍‌ରେ ଆକ୍ରମଣ କରିଥିଲେ। ସେହି ସମୟରେ ସୁବାସ ଅଭିଯୁକ୍ତଙ୍କ କବଳରୁ ରକ୍ଷା ପାଇବା ପାଇଁ ଦୌଡ଼ି ପଳାଉଥିବାବେଳେ ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ଉଦ୍ଧାର କରିବା ସହ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri