Posted inଜାତୀୟ

ଧରା ପଡ଼ିବା ଭୟ: ଜଳାଇଲେ ୫୦ କୋଟି ଟଙ୍କାର ନକଲି ଏନ୍‌ସିଇଆର୍‌ଟି ପୁସ୍ତକ

ମିରଟ, ୨୨।୮: ଉତ୍ତରପ୍ରଦେଶରେ ଅପରାଧୀ ଆଇନ ଶୃଙ୍ଖଳାକୁ ଆଉ ଭୟ କରୁ ନାହାଁନ୍ତି। ଅପରାଧ ଘଟାଇ ପ୍ରମାଣ ଲୁଚାଇବା ଏକ ନିତିଦିନିଆ ଘଟଣାରେ ପରିଣତ ହେବାରେ ଲାଗିଛି। ସ୍ଥାନୀୟ ପରତାପୁର ଅଞ୍ଚଳର ଏକ ଗୋଦାମରେ ୫୦ କୋଟି ଟଙ୍କାର ନକଲି ଏନ୍‌ସିଇଆର୍‌ଟି ପୁସ୍ତକ ଜଳାଇ ଦିଆଯାଇଛି। ଧରାପଡ଼ିବା ଭୟରେ ଅଭିଯୁକ୍ତ ସଚିନ ଗୁପ୍ତାଙ୍କ ଇଶାରାରେ ଏଭଳି କରାଯାଇଛି। ପ୍ରମାଣ ଲୁଚାଇବା ପାଇଁ ଅଭିଯୁକ୍ତ ଉଦ୍ୟମ କରିଥିବା କୁହାଯାଉଛି। ଫୋରେନ୍ସିକ୍‌ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପାଉଁଶ ଗଦାରୁ ସତ୍ୟର ସନ୍ଧାନ ଜାରି ରହିଛି। ଏନ୍‌ସିଇଆର୍‌ଟି କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ନକଲି ପୁସ୍ତକର ଯାଞ୍ଚ୍‌ କରିବେ ବୋଲି କୁହାଯାଉଛି। ଏହି ପୁସ୍ତକ ଉତ୍ତରଖଣ୍ଡ, ଦିଲ୍ଲୀ, ହରିୟାଣା, ମଧ୍ୟପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟକୁ ପଠାଯାଉଥିବା କୁହାଯାଉଛି। ଇତିମଧ୍ୟରେ ସମ୍ପୃକ୍ତ ଭାଜପା ନେତାଙ୍କ ୩ ପ୍ରିଣ୍ଟିଂ ପ୍ରେସ୍‌ରେ ଚଢ଼ାଉ କରାଯାଇଛି। ଏହା ସହିତ ଉତ୍ତରଖଣ୍ଡରେ ଥିବା ଅନ୍ୟ ଏକ ପ୍ରିଣ୍ଟିଂ ପ୍ରେସ୍‌ରେ ମଧ୍ୟ ଚଢ଼ାଉ କରାଯାଇଛି। ଫୋରେନ୍ସିକ୍‌ ଟିମ୍‌ ପକ୍ଷରୁ ଘଟଣାସ୍ଥଳର ଫଟୋ ଉଠାଯିବା ସହିତ ଭିଡ଼ିଓ ମଧ୍ୟ ଶୁଟିଂ କରାଯାଇଛି। ଏହା ତଦନ୍ତରେ ସହାୟକ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri