ଉପକାରୀ ଆତ

ଆତକୁ କେହି କେହି ସୀତାଫଳ ବୋଲି କହିଥାଆନ୍ତି । ଏହି ଫଳ ଶରୀର ପାଇଁ ଖୁବ୍ ଉପକାରୀ । ଏଥିରେ କ୍ୟାନସର ସହ ଲଢିବାର ଶକ୍ତି ଥିବା ବେଳେ ଏହା ଡାଇବେଟିସକୁ ବି ନିୟନ୍ତ୍ରଣ କରିଥାଏ ବୋଲି ବିଶେଷଜ୍ଞମାନେ କହିନ୍ତି । ଆତର ମଞ୍ଜି ବହୁ ଉପକାରୀ । ଏବେ ଏହାର ମଞ୍ଜିକୁ ନେଇ ଔଷଧ ତିଆରି କରିବାକୁ ପ୍ରୟାସ ଜାରି ରହିଛି । ବିଳାସପୁର ବିଶ୍ୱବିଦ୍ୟାଳୟର ମାଇକ୍ରୋବାୟୋଲୋଜି ଓ ବାୟୋ-ଇନଫରମେଟିକ୍ସ ବିଭାଗର ଅଧ୍ୟକ୍ଷ ଡା. କେ. କଲାଧର କହିଛନ୍ତି ଏବେ ଆତର ମଞ୍ଜିକୁ ନେଇ ପେଟେଣ୍ଟ କାରାଯିବାକୁ ପ୍ରୟାସ ଚାଲିଛି । ଏହାପରେ ଔଷଧ ତିଆରି କରାଯିବ । ତେବେ ଛତିଶଗଡ, ଅମ୍ବିକାପୁର, ପେଂଡ୍ରା, କାଂକେର, ରାୟପୁରରୁ ସଂଗୃହିତ କିଛି ଆତର ମଞ୍ଜିକୁ ନେଇ ଗବେଷଣା କରାଯିବା ପରେ ଏହାକୁ ପ୍ରଥମେ ଆନ୍ଧ୍ର ପ୍ରଦେଶର ଗିତମ ବିଶ୍ୱବିଦ୍ୟାଳୟକୁ ପଠାଇ ଦିଆଯାଇଛି । ଏହାପରେ କ୍ରୋଏସିୟାରେ ଏହା ଉପରେ ସମ୍ମିଳନୀ ହୋଇଛି । ଯେଉଁଥିରେ ଦେଶ ବିଦେଶରୁ ପ୍ରାୟ ୨୦ ବିଶେଷଜ୍ଞ ଯୋଗ ଦେଇଥିଲେ । ଗବେଷଣା ସମୟରେ ଆତର ମଞ୍ଜିରେ ଚମତ୍କାରୀ ଗୁଣ ଥିବା ଜଣାପଡିଛି । ଏତିରେ ପ୍ରାକୃତିକ ଆଣ୍ଟିଅକ୍ସିଡାଣ୍ଟ, ଭିଟାଭିନ ସି ବହୁ ଅଧିକ ପରିମାଣରେ ରହିଛି । ଭିଟାମିନ୍ ସି ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଥିବା ବେଳେ ଏଥିରେ ଭିଟାମିନ୍ ବି ବି ରହିଛି । ଏହା ଶରୀରରେ ରକ୍ତହୀନତା ଦୂର କରିବାରେ ସହାୟକ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri