CORONAVIRUS UPDATE: ବଢୁଛି କରୋନା ଭୟ, ରାଜ୍ୟରେ ଦିନକରେ ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ମଧ୍ୟରୁ ୪୨୫ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩୬ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୧ ଏବଂ ରାୟଗଡ଼ାରୁ ୭୬ ଜଣ ଚିହ୍ନଟ ହୋଇଛନ୍ତି। ସେହପରି ବରଗଡ଼ରୁ ୨୧, ବଲାଙ୍ଗୀର ୧୯, ଢେଙ୍କାନାଳ ୩, ଭଦ୍ରକ ୧, ଜଗତସିଂହପୁର ୬, ଯାଜପୁର ୩, ଝାରସୁଗୁଡ଼ା ୨, କଳାହାଣ୍ଡି ୫, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୬, ଖୋର୍ଦ୍ଧା ୨୬, କୋରାପୁଟ ୪, ମୟୂରଭଞ୍ଜ ୧୦, ପୁରୀ ୧, ସମ୍ବଲପୁର ୮, ସୁନ୍ଦରଗଡ଼ରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଏନ୍‌ଡିଆରଏଫ୍‌ର ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ବେଳେ ୫,୫୦୨ ଜଣ ସୁସ୍ଥ ହୋଇଛନ୍ତି। ୨,୫୬୭ ଚିକିତ୍ସାଧୀନ। ୨୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri