ଓଡ଼ିଶାକୁ ବାତ୍ୟା ଭୟ: ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଗଭୀର ଅବପାତ (ଡିପ୍‌ ଡିପ୍ରେସନ)ରେ ପରିଣତ ହେବ। ଏହାର ୪୮ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଡିସେମ୍ବର ୨ ତାରିଖ ବେଳକୁ ଅବପାତ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସତର୍କ ରହିବା ପାଇଁ ଉପକୂଳବର୍ତ୍ତୀ ୭ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପରାମର୍ଶ ଦେଇଛନ୍ତି। ଉକ୍ତ ଜିଲାଗୁଡ଼ିକ ହେଲା ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ। ତେବେ ବାତ୍ୟାର ତୀବ୍ରତା ଓ ଗତିପଥ କ’ଣ ରହିବ ସେ ନେଇ ଏ ପର୍ଯ୍ୟନ୍ତ କୌଣସି ଆକଳନ କରାଯାଇ ନାହିଁ। କେତେକ ଘରୋଇ ପାଣିପାଗ ସଂସ୍ଥା ପକ୍ଷରୁ କରାଯାଇଥିବା ଆକଳନ ଅନୁଯାୟୀ ବାତ୍ୟା ଓଡ଼ିଶା ଉପକୂଳ ଦେଇ ବାଂଲାଦେଶରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଏ ନେଇ ଚିତ୍ର ସ୍ପଷ୍ଟ ହେବ। ଲଘୁଚାପ ପ୍ରଭାବରେ ଆସନ୍ତା ୩ ଓ ୪ ତାରିଖରେ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪ରୁ ୮ ତାରିଖ ଯାଏ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୧ ତାରିଖରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ପବନର ବେଗ ୨ ତାରିଖ ବେଳକୁ ୫୦ରୁ ୬୦ କିମି ଓ ବେଳେ ବେଳେ ସର୍ବାଧିକ ୭୦ କିମି ପର୍ଯ୍ୟନ୍ତ ଯାଇପାରେ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଡିସେମ୍ବର ୧ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରରେ ରହିଛନ୍ତି, ସେମାନେ ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି।

ଅନ୍ୟପକ୍ଷରେ ରାଜ୍ୟରେ ହାଲୁକ ଶୀତ ଜାରି ରହିଛି। କେବଳ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୩.୫ ଓ କେନ୍ଦୁଝରରେ ୧୩.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ୧୫ରୁ ୨୧ ଡିଗ୍ରୀ ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri