ଓଡ଼ିଶାକୁ ବାତ୍ୟା ଭୟ: ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଗଭୀର ଅବପାତ (ଡିପ୍‌ ଡିପ୍ରେସନ)ରେ ପରିଣତ ହେବ। ଏହାର ୪୮ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଡିସେମ୍ବର ୨ ତାରିଖ ବେଳକୁ ଅବପାତ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସତର୍କ ରହିବା ପାଇଁ ଉପକୂଳବର୍ତ୍ତୀ ୭ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପରାମର୍ଶ ଦେଇଛନ୍ତି। ଉକ୍ତ ଜିଲାଗୁଡ଼ିକ ହେଲା ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ। ତେବେ ବାତ୍ୟାର ତୀବ୍ରତା ଓ ଗତିପଥ କ’ଣ ରହିବ ସେ ନେଇ ଏ ପର୍ଯ୍ୟନ୍ତ କୌଣସି ଆକଳନ କରାଯାଇ ନାହିଁ। କେତେକ ଘରୋଇ ପାଣିପାଗ ସଂସ୍ଥା ପକ୍ଷରୁ କରାଯାଇଥିବା ଆକଳନ ଅନୁଯାୟୀ ବାତ୍ୟା ଓଡ଼ିଶା ଉପକୂଳ ଦେଇ ବାଂଲାଦେଶରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ଏ ନେଇ ଚିତ୍ର ସ୍ପଷ୍ଟ ହେବ। ଲଘୁଚାପ ପ୍ରଭାବରେ ଆସନ୍ତା ୩ ଓ ୪ ତାରିଖରେ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪ରୁ ୮ ତାରିଖ ଯାଏ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୧ ତାରିଖରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ପବନର ବେଗ ୨ ତାରିଖ ବେଳକୁ ୫୦ରୁ ୬୦ କିମି ଓ ବେଳେ ବେଳେ ସର୍ବାଧିକ ୭୦ କିମି ପର୍ଯ୍ୟନ୍ତ ଯାଇପାରେ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଡିସେମ୍ବର ୧ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରରେ ରହିଛନ୍ତି, ସେମାନେ ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି।

ଅନ୍ୟପକ୍ଷରେ ରାଜ୍ୟରେ ହାଲୁକ ଶୀତ ଜାରି ରହିଛି। କେବଳ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୩.୫ ଓ କେନ୍ଦୁଝରରେ ୧୩.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ୧୫ରୁ ୨୧ ଡିଗ୍ରୀ ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri