ସବୁଠି ଆବର୍ଜନା: ଘାରିଛି ଡେଙ୍ଗୁ ଭୟ

ଜଟଣୀ,୧।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ମଶାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଦୀର୍ଘଦିନ ଧରି ଅଳିଆ ସଫା ନ ହେବାରୁ ଡ୍ରେନ୍‌ଗୁଡ଼ିକରେ ଆବର୍ଜନା ପଡ଼ି ରହି ପୋତି ହୋଇଗଲାଣି। ଘରୁ ବାହାରୁଥିବା ଅପରିଷ୍କାର ପାଣି ଡ୍ରେନ୍‌ରେ ଜମିରହି ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ପୌର ପ୍ରଶାସନ ପକ୍ଷରୁ ଡ୍ରେନ୍‌ ସଫା କରାଯାଉ ନ ଥିବାରୁ ସହରରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। କରୋନାରୁ ଏଯାବତ୍‌ ମୁକ୍ତି ମିଳି ନ ଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କୁ ଡେଙ୍ଗୁ ଭୟ ଘାରିଛି।
ସୂଚନାଥାଉ କି, ୬୩ ହଜାରରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଜଟଣୀ ସହରରେ ୨୩ଟି ଓ୍ବାର୍ଡ ରହିଛି। ତନ୍ମଧ୍ୟରୁୁ ୬ ଓ୍ବାର୍ଡ ରେଲଓ୍ବେ ଅଧୀନରେ ରହିଛି। ଅନ୍ୟ ୧୭ ଓ୍ବାର୍ଡରେ ସ୍ବଚ୍ଛ ଭାରତ ଯୋଜନା କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପରିମଳ ବ୍ୟବସ୍ଥାରେ ସୁଧାର ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଥିଲେ ମଧ୍ୟ ପରିମଳ ବ୍ୟବସ୍ଥାରେ ସୁଧାର ଆସୁନାହିଁ। ବର୍ଷାଦିନ ପୂର୍ବରୁ ସହରର ଡ୍ରେନଗୁଡ଼ିକ ଠିକ୍‌ରେ ସଫା ହୋଇ ନ ଥିବାରୁ ଆବର୍ଜନା ଓ ପାଣି ଜମାହୋଇ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି। ବିଭିନ୍ନ ଓ୍ବାର୍ଡର ସାହି ଓ ରାସ୍ତା କଡରେ ଅଳିଆ ଗଦାହୋଇ ପଚିଶଢ଼ି ଯିବାରୁ ଗନ୍ଧରେ ନାକ ଫାଟି ପଡୁଛି। ରାଜାବଜାର ମୁଖ୍ୟରାସ୍ତା ପଟେଲ ମାର୍ଗ ମୁଖ୍ୟ ଡ୍ରେନ୍‌ରେ ଆବର୍ଜନା ଜମି ରହିଛି। ଟାଉନ୍‌ହଲ (ସ୍ରଷ୍ଟା)ଠାରେ ଥିବା ଡ୍ରେନ୍‌ରେ ପାଣି ଜମିରହିବା ଫଳରେ ମଶା ବଂଶ ବୃଦ୍ଧି ପାଇବାରେ ସହାୟକ ହେଉଛି। ସୀତାରାମ କଲୋନୀ ଦେଇ ଯାଇଥିବା ମୁଖ୍ୟ ଡ୍ରେନ୍‌ରେ ବି ସମାନ ଅବସ୍ଥା। ଜଟଣୀ ସହରର ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ଡ୍ରେନ୍‌ ସଫା ନ ହେବାରୁ ବର୍ଷା ହେଲେ ନର୍ଦ୍ଦମା ପାଣି ଲହଡି ଭାଙ୍ଗି କୃତ୍ରିମ ହ୍ରଦର ଭ୍ରମ ସୃଷ୍ଟି କରୁଛି। ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରୁଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଏଥିପ୍ରତି ପୌରପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଜଟଣୀ ସହରବାସୀ କୌଣସି ସଂକ୍ରାମକ ରୋଗର ଶିକାର ହେବା ପୂର୍ବରୁ ପୌରପ୍ରଶାସନ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଭାଜପା ମିଡିଆ ସେଲ ସଂଯୋଜକ ପ୍ରଦୀପ ଜେନା ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ପୌରକାର୍ଯ୍ୟନିର୍ବାହୀ ଅଧିକାରୀ ଦିଲୀପ ମହାନ୍ତି କହିଛନ୍ତି, ମଶା ଧୂଅଁା, ମଶା ତେଲ ଏବଂ ବିଭିନ୍ନ ସ୍ଥାନରେ ବ୍ଲିଚିଂ ସିଞ୍ଚନ କରାଯାଉଛି। ଡ୍ରେନ୍‌ ସଫା କରାଯିବା ସହ ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉଛି। ଯେଉଁ ସ୍ଥାନରୁ ଅଭିଯୋଗ ଆସୁଛି ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri