ସବୁଠି ଆବର୍ଜନା: ଘାରିଛି ଡେଙ୍ଗୁ ଭୟ

ଜଟଣୀ,୧।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଫଳରେ ମଶାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଦୀର୍ଘଦିନ ଧରି ଅଳିଆ ସଫା ନ ହେବାରୁ ଡ୍ରେନ୍‌ଗୁଡ଼ିକରେ ଆବର୍ଜନା ପଡ଼ି ରହି ପୋତି ହୋଇଗଲାଣି। ଘରୁ ବାହାରୁଥିବା ଅପରିଷ୍କାର ପାଣି ଡ୍ରେନ୍‌ରେ ଜମିରହି ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ପୌର ପ୍ରଶାସନ ପକ୍ଷରୁ ଡ୍ରେନ୍‌ ସଫା କରାଯାଉ ନ ଥିବାରୁ ସହରରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। କରୋନାରୁ ଏଯାବତ୍‌ ମୁକ୍ତି ମିଳି ନ ଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କୁ ଡେଙ୍ଗୁ ଭୟ ଘାରିଛି।
ସୂଚନାଥାଉ କି, ୬୩ ହଜାରରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଜଟଣୀ ସହରରେ ୨୩ଟି ଓ୍ବାର୍ଡ ରହିଛି। ତନ୍ମଧ୍ୟରୁୁ ୬ ଓ୍ବାର୍ଡ ରେଲଓ୍ବେ ଅଧୀନରେ ରହିଛି। ଅନ୍ୟ ୧୭ ଓ୍ବାର୍ଡରେ ସ୍ବଚ୍ଛ ଭାରତ ଯୋଜନା କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପରିମଳ ବ୍ୟବସ୍ଥାରେ ସୁଧାର ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଥିଲେ ମଧ୍ୟ ପରିମଳ ବ୍ୟବସ୍ଥାରେ ସୁଧାର ଆସୁନାହିଁ। ବର୍ଷାଦିନ ପୂର୍ବରୁ ସହରର ଡ୍ରେନଗୁଡ଼ିକ ଠିକ୍‌ରେ ସଫା ହୋଇ ନ ଥିବାରୁ ଆବର୍ଜନା ଓ ପାଣି ଜମାହୋଇ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି। ବିଭିନ୍ନ ଓ୍ବାର୍ଡର ସାହି ଓ ରାସ୍ତା କଡରେ ଅଳିଆ ଗଦାହୋଇ ପଚିଶଢ଼ି ଯିବାରୁ ଗନ୍ଧରେ ନାକ ଫାଟି ପଡୁଛି। ରାଜାବଜାର ମୁଖ୍ୟରାସ୍ତା ପଟେଲ ମାର୍ଗ ମୁଖ୍ୟ ଡ୍ରେନ୍‌ରେ ଆବର୍ଜନା ଜମି ରହିଛି। ଟାଉନ୍‌ହଲ (ସ୍ରଷ୍ଟା)ଠାରେ ଥିବା ଡ୍ରେନ୍‌ରେ ପାଣି ଜମିରହିବା ଫଳରେ ମଶା ବଂଶ ବୃଦ୍ଧି ପାଇବାରେ ସହାୟକ ହେଉଛି। ସୀତାରାମ କଲୋନୀ ଦେଇ ଯାଇଥିବା ମୁଖ୍ୟ ଡ୍ରେନ୍‌ରେ ବି ସମାନ ଅବସ୍ଥା। ଜଟଣୀ ସହରର ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ଡ୍ରେନ୍‌ ସଫା ନ ହେବାରୁ ବର୍ଷା ହେଲେ ନର୍ଦ୍ଦମା ପାଣି ଲହଡି ଭାଙ୍ଗି କୃତ୍ରିମ ହ୍ରଦର ଭ୍ରମ ସୃଷ୍ଟି କରୁଛି। ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରୁଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଏଥିପ୍ରତି ପୌରପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଜଟଣୀ ସହରବାସୀ କୌଣସି ସଂକ୍ରାମକ ରୋଗର ଶିକାର ହେବା ପୂର୍ବରୁ ପୌରପ୍ରଶାସନ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଭାଜପା ମିଡିଆ ସେଲ ସଂଯୋଜକ ପ୍ରଦୀପ ଜେନା ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ପୌରକାର୍ଯ୍ୟନିର୍ବାହୀ ଅଧିକାରୀ ଦିଲୀପ ମହାନ୍ତି କହିଛନ୍ତି, ମଶା ଧୂଅଁା, ମଶା ତେଲ ଏବଂ ବିଭିନ୍ନ ସ୍ଥାନରେ ବ୍ଲିଚିଂ ସିଞ୍ଚନ କରାଯାଉଛି। ଡ୍ରେନ୍‌ ସଫା କରାଯିବା ସହ ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉଛି। ଯେଉଁ ସ୍ଥାନରୁ ଅଭିଯୋଗ ଆସୁଛି ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?