Posted inଜାତୀୟ

ଏନ୍‌କାଉଣ୍ଟର ଭୟ: ଦିଲ୍ଲୀରେ ସରେଣ୍ଡର କରୁଛନ୍ତି ବିହାର-ୟୁପି ଅପରାଧୀ

ନୂଆଦିଲ୍ଲୀ,୮।୭: ବିହାର ଏବଂ ଉତ୍ତରପ୍ରଦେଶର ବାହୁବଳୀ ଅପରାଧୀ ଏବେ ଦିଲ୍ଲୀରେ ସରେଣ୍ଡର କରିବାକୁ ପସନ୍ଦ କରୁଛନ୍ତି। ବାହୁବଳୀ ଅପରାଧୀଙ୍କ ଜୀବନ ପ୍ରତି ବିପଦ ଥିବାରୁ ଏଭଳି ମାମଲା ଅଧିକ ସଂଖ୍ୟାରେ ଘଟୁଥିବା କୁହାଯାଉଛି। ଅପରାଧୀଙ୍କ ପ୍ରତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଫଳରେ ଥାନା ଅବା କୋର୍ଟ ପର୍ଯ୍ୟନ୍ତ ମାମଲା ନ ଆଣି ଏନ୍‌କାଉଣ୍ଟରରେ ଶେଷ କରିବା ଲାଗି ବହୁ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ମିଳିଥିବା କୁହାଯାଉଛି। ଏହାର ସୂଚନା ବିହାରର ଅପରାଧୀଙ୍କ ପାଖରେ ରହିଛି। ସେହିପରି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ଆପରାଧୀକ କାର୍ଯ୍ୟକଳାପ ରୋକିବା ପାଇଁ ଦୃଢ଼ ପଦକ୍ଷେପ ନେଇଛନ୍ତି। ତେଣୁ ଅପରାଧୀ ନିଜ ଜୀବନକୁ ଆଉ ସୁରକ୍ଷିତ ମଣୁ ନାହାଁନ୍ତିି। ତେଣୁ ସେମାନେ ଦିଲ୍ଲୀରେ ସରେଣ୍ଡର କରିବାକୁ ପସନ୍ଦ କରୁଛନ୍ତି। ଦିଲ୍ଲୀରେ ଅପରାଧୀଙ୍କୁ ଆଇନଗତ ସୁବିଧା ସହଜରେ ମିଳିପାରୁଛି। ଏଠାରେ ମିଡ଼ିଆ ସକ୍ରିୟ ଥିବାରୁ ଏନ୍‌କାଉଣ୍ଟର ଘଟଣା ସହଜ ଭାବେ ଘଟି ନ ଥାଏ ବୋଲି ଅପରାଧୀ ଚିନ୍ତା କରୁଛନ୍ତି। ବିହାର, ଉତ୍ତରପ୍ରଦେଶ ତୁଳନାରେ ଦିଲ୍ଲୀରେ ଏନ୍‌କାଉଣ୍ଟର ସଂଖ୍ୟା ଯଥେଷ୍ଟ କମ୍‌ ରହୁଥିବାରୁ ଅନ୍ୟ ରାଜ୍ୟର ଅପରାଧୀ ମଧ୍ୟ ଦିଲ୍ଲୀରେ ସରେଣ୍ଡର କରିବାକୁ ପସନ୍ଦ କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ କପିଳ ଦେବ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୮।୧୦: କ୍ରିକେଟ ଜଗତରେ ପାଦ ଥାପିବା ପରଠାରୁ ନିଜ ପ୍ରତିଭାର ଝଲକ ଦେଖାଇ ଆସୁଛନ୍ତି ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ। ବୟସ ମାତ୍ର ୧୫ ବର୍ଷ ହୋଇଥିବା…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?