Posted inଜାତୀୟ

ଡନ୍‌ଙ୍କୁ ଏନ୍‌କାଉଣ୍ଟର ଭୟ: ନିଜ ରାଜ୍ୟକୁ ଫେରିବାକୁ ଅମଙ୍ଗ ମୁକ୍ତାର ଅନସାରି

ଲକ୍ଷ୍ନୌ, ୨୦।୧୦: ଉତ୍ତରପ୍ରଦେଶର ଡନ୍‌ ତଥା ବହୁଜନ ସମାଜବାଦୀ ପାର୍ଟି ବିଧାୟକ ମୁକ୍ତାର ଅନସାରି ଏବେ ନିଜ ରାଜ୍ୟକୁ ଫେରିବାକୁ ଅମଙ୍ଗ ହେଉଛନ୍ତି। ରାଜ୍ୟରେ ଏନ୍‌କାଉଣ୍ଟର କରାଯିବା ଭୟରେ ସେ ଏଭଳି କରୁଥିବ ଚର୍ଚ୍ଚା ହେଉଛି। ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିବା ଲାଗି ଉତ୍ତରପ୍ରଦେଶ ପୋଲିସ ବିଭାଗ ଗାଡ଼ି ଜାଣିଶୁଣି ରାସ୍ତାରେ ଓଲଟି ପଡୁଥିବା ଭୟରେ ଅନସାରି ଏବେ ଥରୁଥିବା କୁହାଯାଉଛି। ଏବେ ସେ ପଞ୍ଜାବର ରୋପଡ଼ ଜିଲା ଜେଲରେ ରହିଛନ୍ତି। ତାଙ୍କୁ ଉତ୍ତରପ୍ରଦେଶ ଫେରାଇ ଆଣିବା ଲାଗି ୫୦ ଜଣିଆ ପୋଲିସ ଟିମ୍‌ ପଞ୍ଜାବ ଯାଇଥିଲେ। ପଞ୍ଜାବ ମେଡ଼ିକାଲ ବୋର୍ଡ ପକ୍ଷରୁ ଅନସାରି ଅସୁସ୍ଥ ଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତାଙ୍କୁ ସମ୍ପୂର୍ଣ୍ଣ ବିଶ୍ରାମ ପାଇଁ ପରାମର୍ଶ ଦିଆଯାଇଛି। ତାଙ୍କୁ ମଧୁମେହ ହେବା ସହିତ ସେ ମାନସିକ ବିସାଦଗ୍ରସ୍ତ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏହି ରିପୋର୍ଟ ଉତ୍ତରପ୍ରଦେଶ ସରକାରଙ୍କ ପାଖକୁ ପଠାଇ ଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ନ ମିିଳିବା ପର୍ଯ୍ୟନ୍ତ ରାଜ୍ୟ ପୋଲିସ ଏନେଇ ଚୁପ୍‌ ରହିବା ବ୍ୟତିତ ଅନ୍ୟ ବାଟ ନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri