ମହାମାରୀ ଭୟ, ୧୫୦ ଦେଶକୁ ଜାତିସଂଘ ନ ଆସିବାକୁ ପରାମର୍ଶ ଦେଲା ଆମେରିକା…

ଜେନେଭା,୧୯।୮: କରୋନା ଭାଇରସର ଦ୍ରୁତ ବେଗରେ ସଂକ୍ରମଣ କରୁଥିବାରୁ ଜାତିସଂଘର ବାର୍ଷିକ ଉଚ୍ଚ ସ୍ତରୀୟ କାର୍ଯ୍ୟକ୍ରମ ଯୋଗ ନ ଦେବାକୁ ଆମେରିକା ପୃଥିବୀର ବିଭିନ୍ନ ଦେଶକୁ ପରାମର୍ଶ ଦେଇଛି। ଆସନ୍ତା ମାସରେ ମିଳିତ ଜାତିସଂଘ ସାଧାରଣ ସଭାରେ ବ୍ୟକ୍ତିଗତ ଭାବରେ ଯୋଗଦେବା ପାଇଁ ସେମାନଙ୍କ ନେତା କିମ୍ବା ମନ୍ତ୍ରୀଙ୍କୁ ନ୍ୟୁୟର୍କକୁ ପଠାଇବା ଯୋଜନା କରୁଥିବା ୧୫୦ ରୁ ଅଧିକ ଦେଶକୁ ଆମେରିକା ଅନୁରୋଧ କରିଛି । ଭିଡିଓ କନଫରେନ୍ସିଂରେ କାର୍ଯ୍ୟକ୍ରମରେ ଯୋଗଦେବ ବିକଳ୍ପ ଉପରେ ଆମେରିକା ଗୁରୁତ୍ୱାରୋପ କରିଛି। ଜାତିସଂଘର ୧୯୨ ସଦସ୍ୟ ରାଷ୍ଟ୍ରକୁ ଆମେରିକା ମିଶନ ଦ୍ୱାରା ପଠାଯାଇଥିବା ଏକ ନୋଟରେ ମିଳିତ ଜାତିସଂଘ ଦ୍ୱାରା ଆୟୋଜିତ ଅନ୍ୟ ସମସ୍ତ ବୈଠକ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନଲାଇନରେ ଯୋଗଦେବାକୁ କୁହାଯାଇଛି।

ମିଳିତ ଜାତିସଂଘର ଜଳବାୟୁ ପରିବର୍ତ୍ତନ, ଟୀକାକରଣ, ଖାଦ୍ୟ ବ୍ୟବସ୍ଥା, ଶକ୍ତି ଏବଂ ମିଳିତ ଜାତିସଂଘର ୨୦ତମ ବାର୍ଷିକୀ ଅବସରରେ ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଏବଂ ସାଧାରଣ ସଭାର ପରବର୍ତ୍ତୀ ରାଷ୍ଟ୍ରପତି ଅବଦୁଲ୍ଲା ସହିଦଙ୍କ ବୈଠକକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପ୍ରଶାସନ ବିଶେଷ ଚିନ୍ତିତ ବୋଲି ନୋଟ୍‌ରେ ଉଲ୍ଲେଖ କରାଯାଇଛି। ଡିଜିଟାଲ ଫର୍ମାଟରେ ବୈଠକକୁ ସଫଳ କରିବା ପାଇଁ ଆମେରିକା ସବୁକିଛି କରିବାକୁ ପ୍ରସ୍ତୁତ ବୋଲି ନୋଟ୍‌ରେ କୁହାଯାଇଛି।
ମିଳିତ ଜାତିସଂଘ ସାଧାରଣ ସଭା ବୈଠକରେ ଯୋଗଦେବାକୁଥିବା ବକ୍ତାମାନଙ୍କର ତାଲିକାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ, ତୁର୍କୀର ରାଷ୍ଟ୍ରପତି ରାଜାବ ତାଇପ ଏରଡାନ ଏବଂ ଭେନେଜୁଏଲର ନିକୋଲାସ ମଦୁରୋ ଏବଂ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ମଧ୍ୟ ଅଛନ୍ତି। ସେହିପରି ତାଲିକାରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନାଫତାଲୀ ବେନେଟ, ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଓ୍ବରୋବ ଏବଂ ଚାଇନା ଉପମୁଖ୍ୟମନ୍ତ୍ରୀ ହାନ ଝେଙ୍ଗଙ୍କୁ ମଧ୍ୟ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri