Posted inଜାତୀୟ

ତଦନ୍ତ ଭୟ ନା କ୍ଷମତା ଲୋଭ

ମୁମ୍ବାଇ, ୩ା୭ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ନେତା ଅଜିତ ପାଓ୍ବାର ରବିବାର ପଞ୍ଚମ ଥର ପାଇଁ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି, କିନ୍ତୁ କୌଣସି ଥର ସେ ୫ ବର୍ଷ ପୂରା କରିପାରି ନାହାନ୍ତି। ୨୦୧୯ ନଭେମ୍ବର ୨୩ରେ ଭାଜପା ନେତା ଦେବେନ୍ଦ୍ର ଫଡ୍‌ନବିସ କ୍ଷମତା ଦଖଲର ବିଫଳ ପ୍ରୟାସ କରିଥିଲେ। ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ମାସେ ପରେ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଢ଼ିବାକୁ ନିଷ୍ପତ୍ତି ନେଇଥିଲେ। ରାତି ପାହିଲେ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥାଆନ୍ତେ। କିନ୍ତୁ ରାତି ପାହିବାକୁ ଦିଆଗଲା ନାହିଁ। କୌଣସି କ୍ୟାବିନେଟ ବୈଠକ ନ ବସି ଭୋର ୫ଟା ୧୭ରେ ବିଚିତ୍ର ଢଙ୍ଗରେ ରାଷ୍ଟ୍ରପତି ଶାସନ ହଟାଇ ଦିଆଯାଇଥିଲା। ତତ୍କାଳୀନ ରାଜ୍ୟପାଳ ଭଗତସିଂ କୋଶିୟାରୀ ରାଜ୍ୟରୁ ରାଷ୍ଟ୍ରପତି ଶାସନ ହଟାଇବା ପାଇଁ ସୁପାରିସ କରି ଫଡ୍‌ନବିସ ଏବଂ ଅଜିତଙ୍କୁ ସକାଳ ୮ଟାରେ ଯଥାକ୍ରମେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରାଇଥିଲେ। କିନ୍ତୁ ସେହି ସରକାର ୮୦ ଘଣ୍ଟାରୁ ଅଧିକ ସମୟ ତିଷ୍ଠିପାରି ନ ଥିଲା। ୨୦୧୯ ନଭେମ୍ବରରେ ଉଦ୍ଧବଙ୍କ ନେତୃତ୍ୱାଧୀନ ମହାବିକାଶ ଅଘାଡ଼ି (ଏମ୍‌ଭିଏ) ସରକାରରେ ଅଜିତ ପୁଣି ଉପମୁଖ୍ୟମନ୍ତ୍ରୀ ହୋଇଥିଲେ। ଗତବର୍ଷ ଜୁନ୍‌ ୨୧ ପର୍ଯ୍ୟନ୍ତ ସହରାଞ୍ଚଳ ବିକାଶ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିବା ଏକନାଥ ଶିନ୍ଦେ ବିଦ୍ରୋହୀ ସାଜିବା ପରେ ଏମ୍‌ଭିଏ ସଂଖ୍ୟାଗରିଷ୍ଠତା ହରାଇଥିବା ଜାଣି ୩୦ ତାରିଖରେ ଉଦ୍ଧବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ କ୍ଷମତାଲୋଭୀ ଅଜିତଙ୍କ ଉପମୁଖ୍ୟମନ୍ତ୍ରୀ ପଦ ଯାଇଥିଲା। ରବିବାର ଶିନ୍ଦେଙ୍କ ଅଧୀନରେ ଅଜିତ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହା ପୂର୍ବରୁ ମଧ୍ୟ ଅଶୋକ ଚଭନ ଓ ପୃଥ୍ବୀରାଜ ଚଭନଙ୍କ ନେତୃତ୍ୱାଧୀନ କଂଗ୍ରେସ-ଏନ୍‌ସିପି ସରକାର ଅମଳରେ ସେ ଉପମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୯୯ରେ ଅଜିତ କୃଷିମନ୍ତ୍ରୀ ଥିବାବେଳେ ୭୦,୦୦୦ କୋଟି ଟଙ୍କାର ଜଳସେଚନ ଦୁର୍ନୀତି ହୋଇଥିଲା। ୨୦୧୪ରେ ବିରୋଧୀ ଦଳରେ ଥିବା ଫଡ୍‌ନବିସ୍‌ ଏହି ପ୍ରସଙ୍ଗ ଉଠାଇ ଏନ୍‌ସିପିକୁ ଘେରିଥିଲେ। ଏବେ ମଧ୍ୟ ଅଜିତ ଓ ତାଙ୍କ ସମ୍ପର୍କୀୟମାନଙ୍କ ବିରୋଧରେ କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକ ପକ୍ଷରୁ ତଦନ୍ତ ଚାଲିଛି। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଆସନ୍ତା ବର୍ଷ ହେବାକୁ ଥିବାବେଳେ ଏନ୍‌ସିପିର ଅନେକ ନେତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହଇରାଣ କରୁଛି। ଇଡି ତଦନ୍ତକୁ ନେଇ ସେମାନେ କ୍ଳାନ୍ତ ହୋଇପଡ଼ିଛନ୍ତି। ବର୍ତ୍ତମାନ ସେହି ବିଧାୟକମାନେ ଅଜିତଙ୍କ ସହ ଯାଇଥିବା ଦେଖିବାକୁ ମିଳିଛି ବୋଲି ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?