Posted inଜାତୀୟ

ସାମରିକ ଶାସକଙ୍କୁ ଭୟ: ଭାରତରେ ଅନୁପ୍ରବେଶ କଲେ ୬୦୦୦ ଶରଣାର୍ଥୀ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ପଡ଼ୋଶୀ ଦେଶ ମ୍ୟାନମାର୍‌ରେ ଜାରି ରହିଥିବା ସାମରିକ ଶାସକଙ୍କ ଅତ୍ୟାଚରରେ ଅତିଷ୍ଠ ହୋଇ ୬୦୦୦ ମ୍ୟାନମାର୍‌ବାସୀ ଭିଟା ଛାଡ଼ି ଭାରତରେ ଶରଣ ନେଇଛନ୍ତି। ସେମାନେ ମିଜୋରାମରେ ଅନୁପ୍ରବେଶ କରିଛନ୍ତି। ସେମାନଙ୍କର ରହିବା ଖାଇବାର ବ୍ୟବସ୍ଥା କରାଯାଇଛି। ଭାରତ ମ୍ୟାନମାର୍‌ ମଧ୍ୟରେ ଥିବା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଦୃଷ୍ଟିରେ ରଖି ଶରଣାର୍ଥୀଙ୍କୁ ଫେରାଇ ନେବାକୁ ସାମରିକ ଶାସକ ଗତମାସରେ ମିଜୋରାମ ସରକାରଙ୍କୁ ଚିଠି ଲେଖିଥିଲେ। ଫେବୃୟାରୀରେ ମ୍ୟାନମାର୍‌ରେ କ୍ଷମତା ଦଖଲ ପରେ ୪୦୦୦ରୁ ୬୦୦୦ ଶରଣାର୍ଥୀ ଭାରତ ସରକାରଙ୍କୁ ସୁରକ୍ଷା ମାଗିଥିବା ଜାତିସଂଘ ପକ୍ଷରୁ କୁହାଯାଇଛି। ଜାତିସଂଘ ଶରଣାର୍ଥୀ ଏଜେନ୍ସି ପକ୍ଷରୁ କୁହାଯାଇଛି ଯେ, ଗତ ସପ୍ତାହରେ ୬,୭୦୦ ଲୋକ ସାମରିକ ଶାସକଙ୍କ ନିର୍ଯାତନା ସହି ନ ପାରି ଦେଶ ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ସେଥିମଧ୍ୟରୁ ୧,୭୦୦ ଥାଇଲାଣ୍ଡରେ ଶରଣ ନେଇ ପରବର୍ତ୍ତୀ ସମୟରେ ମ୍ୟାନମାର୍‌ ଫେରିଆସିଥିଲେ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମ୍ୟାନମାର୍‌ରୁ ମିଜୋରାମ, ମଣିପୁର,ନାଗାଲାଣ୍ଡ୍‌, ଅରୁଣାଚଳପ୍ରଦେଶରେ ଅନୁପ୍ରବେଶ ହେଉଥିବା ନେଇ ସତର୍କ ସୂଚନା ଜାରି କରି ସାରିଛନ୍ତି। ପରିସ୍ଥିତିର ମୁକାବିଲା କରିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଉପସଚିବ କୃଷ୍ଣ ମୋହନ ଅପ୍ପୁ ସମ୍ପୃକ୍ତ ରାଜ୍ୟ ସରକାରଙ୍କୁ ସାବଧାନ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri