ମୋଦିଙ୍କ କରୋନା କୂଟନୀତିକୁ ଭୟ: ମିଥ୍ୟା ପ୍ରଚାର ଆରମ୍ଭ କଲା ଗ୍ଲୋବାଲ ଟାଇମ୍ସ୍‌

ନୂଆଦିଲ୍ଲ/ବେଜିଂ, ୨୫।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ସାର୍ବଜନୀକ ଭାବେ ଟିକାକରଣ ଜାରି ରହିଛି। ଏହା ସହିତ ଭାରତ ପକ୍ଷରୁ ବାଂଲାଦେଶ, ନେପାଳ, ଭୁଟାନ ଆଦି ପଡୋଶୀଙ୍କୁ ଟିକା ଯୋଗାଇ ଦିଆଯାଇଛି। ସେହିପରି ବ୍ରାଜିଲ୍‌ ସମେତ ଅନ୍ୟ ଦେଶକୁ ଭାରତ ତିଆରି କରୋନା ଟିକା ଯୋଗାଇ ଦିଆଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। ଏହା ଦ୍ୱାରା ଅର୍ନ୍ତଜାତୀୟସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରୋନା କୂଟନୀତି ବେଶ୍‌ ସଫଳ ରହିଛି। ତେବେ ଏହାକୁ ନେଇ ଚାଇନା ଚିନ୍ତାରେ ପଡ଼ିଛି। ତେଣୁ ଚାଇନାର ସରକାରୀ ଖବର କାଗଜ ଗ୍ଲୋବାଲ ଟାଇମ୍ସ୍‌ ପକ୍ଷରୁ ମିଥ୍ୟା ପ୍ରଚାର ଆରମ୍ଭ ହୋଇଛି। ପୁଣେର ସେରମ୍‌ ଇନଷ୍ଟିଚ୍ୟୁଟରେ ହୋଇଥିବା ଅଗ୍ନିକାଣ୍ଡକୁ ନେଇ ଗ୍ଲୋବାଳ ଟାଇମ୍ସ୍‌ ଅପପ୍ରଚାର କରୁଛି। ଭାରତର କରୋନା ଟିକା ଉତ୍ପାଦନ କରିବା କ୍ଷମତା ଉପରେ ଖବର କାଗଜ ପକ୍ଷରୁ ପ୍ରଶ୍ନ କରାଯାଇଛି। ଶ୍ରୀଲଙ୍କା, ଆଫଗାନିସ୍ତାନ ଏବଂ ପାକିସ୍ତାନକୁ ଛାଡ଼ି ଅନ୍ୟ ସାର୍କ ରାଷ୍ଟ୍ରକୁ ଭାରତ ଉପହାର ଭାବେ କୋଭିଶିଲ୍ଡ ଟିକା ପଠାଇ ସାରିଛି। ଆଫଗାନିସ୍ତାନ ଡ୍ରଗ୍‌ ନିୟାମକଙ୍କ ସ୍ବୀକୃତି ପରେ ଭାରତ ଟିକା ଯୋଗାଇ ଦେବେ ବୋଲି କହିଛି। ସେହିପରି ଶ୍ରୀଲଙ୍କାକୁ ୨୭ ଜାନୁୟାରୀରେ ଭାରତ ଟିକାର ୫ଲକ୍ଷ ଡୋଜ୍‌ ପଠାଇବ। ଏହା ଚାଇନା ପାଇଁ ଅସହ୍ୟ ହୋଇପଡ଼ିଛି। ଭାରତର ଏଭଳି ପଦକ୍ଷେପ ଯୋଗୁ ଚାଇନା ଟିକା ବେପାର ମାନ୍ଦା ହେବାର ଆଶଙ୍କା ସୃଷ୍ଟି ହୋଇଛି। ତେଣୁ ଭାରତ ବିରୋଧୀ ଅପପ୍ରଚାର ଏବଂ ବିଭ୍ରାନ୍ତିକର ଖବର ପ୍ରସାରଣ କରିବା ଲାଗି ଚାଇନା ଷଡ଼ଯନ୍ତ୍ର କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri