Posted inଜାତୀୟ

ନୀତୀଶଙ୍କ ଭୟ: ୬ ଥର ମୁଖ୍ୟମନ୍ତ୍ରୀ ହୋଇ ବି ୧୬ ବର୍ଷଧରି ଲଢ଼ି ନାହାନ୍ତି ନିର୍ବାଚନ

ପାଟନା, ୧୫।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବ। ଏନେଇ ରାଜ୍ୟରେ ରାଜନୈତିକ ସ୍ଥିତି ବେଶ୍‌ ଚଳଚଞ୍ଚଳ ହେବାରେ ଲାଗିଛି। ଜେଡିୟୁ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟର ବିକାଶ ପାଇଁ କହୁ କାର୍ଯ୍ୟ କରିଥିବା କହୁଛନ୍ତି। ତେବେ ବିଧାନସଭା ନିର୍ବାଚନ ଲଢ଼ିବାରେ ତାଙ୍କ ମନରେ ଭାରି ଭୟ ରହିଥିବା ନେଇ ରାଜନୈତିକ ମହଲରେ ବେଶ୍‌ ଚର୍ଚ୍ଚା ହେଉଛି। ନୀତୀଶ ୬ ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ତେବେ ଗତ ୧୬ ବର୍ଷ ଧରି ସେ ବିଧାନସଭା ନିର୍ବାଚନ ଲଢ଼ି ନାହାନ୍ତି। ବିଧାନ ପରିଷଦ ସଦସ୍ୟଭାବେ ସେ ୨୦୦୪ରୁ ବର୍ତ୍ତମାନ ପର୍ଯ୍ୟନ୍ତ ରହିଆସିଛନ୍ତି। ୧୯୮୫ରେ ପ୍ରଥମଥର ସେ ହରନୌମ ବିଧାନସଭା ଆସନରୁ ବିଜୟୀ ହୋଇ ବିଧାୟକ ହୋଇଥିଲେ। ଏହାପରେ ସେ ୧୯୯୧, ୧୯୯୬, ୧୯୯୮,୧୯୯୯ ଏବଂ ୨୦୦୪ ଲୋକ ସଭା ନିର୍ବାଚନରେ ବିଜୟୀ ମଧ୍ୟ ହୋଇଛନ୍ତି। ଶେଷଥର ପାଇଁ ୨୦୦୪ରେ ସେ ନାଳନ୍ଦା ଲୋକ ସଭା ଆସନରୁ ବିଜୟୀ ହୋଇଥିଲେ। ତେବେ ଏହାପରେ ସେ ଲୋକ ସଭା ଅବା ବିଧାନସଭା କୌଣସି ନିର୍ବାଚନ ଲଢ଼ି ନାହାନ୍ତି। ରାଜ୍ୟର ଜନତା ତାଙ୍କୁ କେତେ ପସନ୍ଦ କରୁଛନ୍ତି ତାହା ପ୍ରାୟତଃ ଭୋଟ ଦ୍ୱାରା ଜଣାପଡ଼ିଥାଏ। ମାତ୍ର ନୀତୀଶ ଏଥିରୁ ଓହରି ବିଧାନପରିଷଦରୁ ନିର୍ବାଚିତ ହେବାକୁ ସୁରକ୍ଷିତ ମଣୁଥିବା ଚର୍ଚ୍ଚା ହେଉଛି। ୨୦୦୦ରେ ମାର୍ଚ୍ଚ ୩ରେ ସେ ବିହାରର ମୁଖ୍ୟମନ୍ତ୍ରୀ ହୋଇଥିଲେ ତେବେ ୭ ଦିନ ପରେ ମାର୍ଚ୍ଚ ୧୦ରେ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ସେ ୨୦୦୫ ନଭେମ୍ବର ୨୪ରୁ ୨୦୧୦ ନଭେମ୍ବର ୨୪, ୨୦୧୦ ନଭେମ୍ବର ୨୫ରୁ ୨୦୧୪ ମେ ୧୯, ୨୦୧୫ ଫେବୃୟାରୀ ୨୨ରୁ ୨୦୧୫ ନଭେମ୍ବର ୧୯, ୨୦୧୫ ନଭେମ୍ବର ୨୦ରୁ ୨୦୧୭ ଜୁଲାଇ ୨୬ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ହୋଇଥିଲେ। ପରେ ୨୦୧୭ ଜୁଲାଇ ୨୭ରୁ ବର୍ତ୍ତମାନ ପର୍ଯ୍ୟନ୍ତ ସେ ରାଜ୍ୟର ଶାସନ ଡୋରି ଧରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri