ଗୋଟିଏ ମାସ ମଧ୍ୟରେ ୧୦୮ ଦେଶରେ ପହଞ୍ଚିଲାଣି ଓମିକ୍ରନ୍ ୧.୫ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ, ଖ୍ରୀଷ୍ଟମାସ ପୁର୍ବ ସନ୍ଧ୍ୟା ସୁଦ୍ଧା ରଦ୍ଦ ହେଲାଣି ୪ହଜାର ୫୦୦ ବିମାନ

ୱାଶିଂଟନ,୨୫ ।୧୨: ଏକ ପ୍ରକାର ସାରା ବିଶ୍ୱକୁ ବ୍ୟାପି ଗଲାଣି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ସାଉଥ୍ ଆଫ୍ରିକାରୁ ଆରମ୍ଭ ହୋଇଥିବା ଏହି ଭାରିଏଣ୍ଟ ଗୋଟିଏ ମାସ ମଧ୍ୟରେ ପାଖାପାଖି ୧୦୮ ଦେଶକୁ ବ୍ୟାପି ସାରିଲାଣି । ଆମେରିକା, ବ୍ରିଟେନ ଭଳି ବଡ ବଡ ଦେଶରେ ଏହା ତାଣ୍ଡବ ରଚିବା ଲକ୍ଷ୍ୟରେ ଯେମିତି ରହିଛି । ବିଶେଷଜ୍ଞମାନେ ବି ଓମିକ୍ରନ ସଂକ୍ରମଣକୁ ନେଇ ଚେତାବନୀ ଦେଇ ଚାଲିଛନ୍ତି । ତେବେ ଓମିକ୍ରନର ଭୟାବହତାକୁ ଦୃଷ୍ଟିରେ ରଖି ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର କଟକଣା ଲାଗୁ କରାଗଲାଣି । ଏହାର ପ୍ରଭାବ ପୁଣିଥରେ କରୋନା ଭଳି ଏୟାର ଲାଇନ୍ସ ଉପରେ ପଡିଛି । ସାରା ବିଶ୍ୱରେ ଏପର୍ଯ୍ୟନ୍ତ ପାଖାପାଖି ୪୫୦୦ ବିମାନକୁ ରଦ୍ଧ କରାଯାଇଥିବା ଜଣାପଡିଛି । ଫ୍ଲାଇଟ୍ ଟ୍ରାକିଂ ୱେବସାଇଟ ଫ୍ଲାଇଟଆୱାର ଡଟ୍ କମ୍‌ର ସୂଚନା ଅନୁଯାୟୀ ଖ୍ରୀଷ୍ଟମାସ ପୁର୍ବ ସନ୍ଧ୍ୟା ପର୍ଯ୍ୟନ୍ତ ଅର୍ଥାତ୍ ଶୁକ୍ରବାର ପର୍ଯ୍ୟନ୍ତ ଅତିକମରେ ୨୩୬୬ ବିମାନକୁ ରଦ୍ଧ କରାଯାଇଛି । ଅନ୍ୟପଟେ ୯୦୦୦ ବିମାନ ବିଳମ୍ବରେ ଉଡିବା ଆରମ୍ଭ କରିଛି ।

ସୂଚନା ଅନୁଯାୟୀ, ଖ୍ରୀଷ୍ଟମାସ ଦିନ ୧୭୭୯ ବିମାନ ଉଡାଣକୁ ରଦ୍ଦ କରାଯାଇଛି ଓ ୪୦୨ ବିମାନକୁ ରବିବାରକୁ ନିର୍ଦ୍ଧାରିତ କରାଯାଇଛି । ଆମେରିକାରେ ଏକ ସପ୍ତାହ ମଧ୍ୟରେ ଏକ ଚତୁର୍ଥାଂଶରୁ ଅଧିକ ଉଡାଣକୁ ରଦ୍ଦ କରିଦିଆଯାଇଛି ।
ପାଖାପାଖି ୧ ମାସ ପୂର୍ବରୁ ଓମିକ୍ରନ୍‌ର ପ୍ରଥମ ଘଟଣା ଦକ୍ଷିଣ ଆଫ୍ରିକାରେ ଦେଖାଯାଇଥିଲା । ହେଲେ ଏହାର ସଂକ୍ରମଣ ଏତେ ଅଧିକ ଥିଲା ଯେ ମାତ୍ର ଗୋଟିଏ ମାସ ମଧ୍ୟରେ ଏହା ୧୦୮ ଦେଶକୁ ବ୍ୟାପି ସାରିଲାଣି । ଏହାସହ ସାରା ବିଶ୍ୱରେ ୧,୫୧,୩୬୮ ଜଣ ସଂକ୍ରମିତ ହୋଇ ସାରିଲେଣି । ଏମାନଙ୍କ ମଧ୍ୟରୁ ୨୬ ଜଣଙ୍କର ମୃତ୍ୟୁ ବି ହେଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri