ପାକିସ୍ତାନ ସରକାରଙ୍କ ପୁଣି ପତନ ଆଶଙ୍କା, ମରିୟମ ନଓ୍ବାଜ ଶାହବାଜଙ୍କୁ କଲେ ବିରୋଧ…

ଇସଲାମାବାଦ,୧୮।୨ : ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହେଉଥିବା ପାକିସ୍ତାନରେ ସରକାରଙ୍କର ପୁଣି ଥରେ ପତନ ହେବାର ଆଶଙ୍କା ସୃଷ୍ଟି ହୋଇଛି। ସରିଫ ପରିବାରରେ ଏକ ବଡ଼ ମତଭେଦ ଥିବା ଜଣାପଡିଛି। ଶରିଫ ପରିବାରର ଶାସକ ଦଳ ପିଏମଏଲ (ଏନ) ରେ ବିଭାଜନ ପୁଣି ଥରେ ଦେଶରେ ରାଜନୈତିକ ସଙ୍କଟ ସୃଷ୍ଟି କରିପାରେ ବୋଲି ଚର୍ଚ୍ଚା ହେଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ମରିୟମ ନୱାଜ ନିଜ ଚାଚା ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି।

ବଢୁଥିବା ଦରଦାମର ସମ୍ମୁଖୀନ ହେଉଥିବା ଶାହବାଜ ସରିଫଙ୍କୁ ଏବେ ତାଙ୍କ ସରକାରକୁ ଆଗକୁ ନେବା ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି।

ବର୍ତ୍ତମାନର ସରକାରଠାରୁ ନିଜକୁ ଅଲଗା କରିବାକୁ ମରିୟମ ନୱାଜ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ବର୍ତ୍ତମାନର ସରକାର ପିଏମଏଲ (ଏନ) ର ନୁହଁନ୍ତି। ସେ କହିଛନ୍ତି ଯେ ନୱାଜ ସରିଫ ପାକିସ୍ତାନରେ ଥିବାବେଳେ ଆମେ ସରକାର ଗଢ଼ିବୁ।

ପିଏମଏଲ (ଏନ) ଭିତରେ ଚର୍ଚ୍ଚା ହେଉଛି ଯେ ମରିୟମ ନୱାଜ ନିଜେ ଶାହବାଜ ସରିଫଙ୍କ ସ୍ଥାନରେ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଛନ୍ତି। ପାକିସ୍ତାନ ଗଣମାଧ୍ୟମରେ ଏକ ବଡ଼ ଆଲୋଚନା ହେଉଛି ନୱାଜ ସରିଫଙ୍କ ଜ୍ବାଇଁ ଅର୍ଥାତ ମରିୟମଙ୍କ ସ୍ବାମୀ ଅବସର ପ୍ରାପ୍ତ କ୍ୟାପଟେନ ମୋହମ୍ମଦ ସଫଦାର ପାର୍ଟିରେ ଏନେଇ ଉପଯୁକ୍ତ ପରିବେଶ ସୃଷ୍ଟି କରୁଛନ୍ତି। ଶାହବାଜ ସରିଫଙ୍କୁ ବଦଳାଇବା ଏବଂ ତାଙ୍କ ପତ୍ନୀ ମରିୟମଙ୍କୁ ପାକିସ୍ତାନର ପ୍ରଧାନମନ୍ତ୍ରୀ କରିବା ପାଇଁ ସଫଦର ଏକ ଅଭିଯାନ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?