Posted inଖେଳ

କୋହଲିଙ୍କୁ ଦେଖି ଭୟ ଲାଗୁଛି, ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଚିନ୍ତାରେ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୪।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ର ବିଷୟ ଭାରତ ଅପେକ୍ଷା ଅଷ୍ଟ୍ରେଲିଆରେ ଅଧିକ ଆଲୋଚନା କରୁଛି। ପର୍ଥ ଟେଷ୍ଟରେ ଭାରତର ୨୯୫ ରନ ବିଜୟ ପରେ ଆଡିଲେଡରେ ହେବାକୁ ଥିବା ମ୍ୟାଚ ଉପରେ ସମସ୍ତଙ୍କ ନଜର ରହିଛି। ଏଠାରେ ଉଭୟ ଦଳ ପିଙ୍କ୍‌ ବଲ ସହିତ ଖେଳୁଥିବା ଦେଖିବାକୁ ମିଳିବ। ବିରାଟ କୋହଲିଙ୍କ ଫର୍ମ ମଧ୍ୟ କଙ୍ଗାରୁ ଦଳ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ମାଇକେଲ କ୍ଲାର୍କ ସ୍ପଷ୍ଟ ଭାବେ କହିଛନ୍ତି, ପ୍ରଥମ ଟେଷ୍ଟରେ କୋହଲିଙ୍କ ଶତକ ତାଙ୍କ ଭିତରେ ଭୟର ଭାବନା ସୃଷ୍ଟି କରୁଛି।

ଅଷ୍ଟ୍ରେଲିଆର ଏକ ପୋଡକାଷ୍ଟରେ ମାଇକେଲ କ୍ଲାର୍କଙ୍କୁ ପଚରାଯାଇଥିଲା ଯେ ତାଙ୍କ ଅନୁଯାୟୀ,ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ର ଦ୍ୱିତୀୟ ଟେଷ୍ଟରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର୍‌ କିଏ ହେବ? ଏହାର ଜବାବରେ କ୍ଲାର୍କ କହିଛନ୍ତି, ପ୍ରଥମ ଟେଷ୍ଟରେ ବିରାଟ କୋହଲିଙ୍କ ଶତକ କଥା ମନେ ପଡିଲେ ଭୟ ଲାଗୁଛି। ଆଡିଲେଡରେ ଭାରତ ପାଇଁ ବିରାଟ ଟପ ରନ ସ୍କୋରର ହେବେ।
୨୦୨୪ରେ ବିରାଟ କୋହଲି ଏତେ ସଂଘର୍ଷ କରୁଥିଲେ, ପୁରା ବର୍ଷରେ ସେ ୧୨ ଟେଷ୍ଟ ଇନିଂସରେ ମାତ୍ର ୨୫୦ ରନ ସ୍କୋର କରିଥିଲେ। ସେ ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ ଅପରାଜିତ ୧୦୦ ରନ ସ୍କୋର କରି ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri