ବଢୁଛି ବାତ୍ୟା ଭୟ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶାକୁ ବାତ୍ୟା ଭୟ ବଢ଼ିବାରେ ଲାଗିଛି। ଅକ୍ଟୋବର ୨୪ରୁ ୨୬ ମଧ୍ୟରେ ଉତ୍ତର ଓଡ଼ିଶା, ପାରାଦୀପ କିମ୍ବା ପୁରୀଠାରେ ବାତ୍ୟା ପିଟି ହେବା ଆଶଙ୍କା ବଢ଼ିବାରେ ଲାଗିଛି। ଅନ୍ତର୍ଜାତୀୟ ପାଣିପାଗ ମଡେଲ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ୍‌(ଜିଏଫ୍‌ଏସ୍‌) ଏ ନେଇ ସତର୍କ କରାଇଲାଣି। ଜିଏଫ୍‌ଏସ୍‌ ସୂଚନା ଅନୁଯାୟୀ ଆସନ୍ତା ୧୭ରୁ ୧୮ ମଧ୍ୟରେ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୯ କିମ୍ବା ୨୦ ତାରିଖରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ଧୀରେ ଧୀରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୨ ଓ ୨୩ ତାରିଖ ବେଳକୁ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ବାତ୍ୟା ରୂପ ନେବ ବୋଲି ଅନୁମାନ କରାଯାଉଛି। ସମୁଦ୍ରରେ ଏହା ୨ ଦିନ ଆହୁରି ଶକ୍ତିଶାଳୀ ହେବ। ଅକ୍ଟୋବର ୨୪ କିମ୍ବା ୨୬ ତାରିଖରେ ଏହା ଉତ୍ତର ପୂର୍ବ ଦିଗକୁ ଗତି କରି ଉତ୍ତର ଓଡ଼ିଶା କିମ୍ବା ପାରାଦୀପ ଓ ପୁରୀ ମଧ୍ୟରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଆସନ୍ତା ୪/୫ ଦିନ ପରେ ଏ ନେଇ ଚିତ୍ର ସ୍ପଷ୍ଟ ହୋଇଯିବ। ତେବେ ବାତ୍ୟାର ରୂପରେଖ ନେଇ ଏ ପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ବିଭିନ୍ନ ପାଣିପାଗ ମଡେଲ ଆକଳନ ଯଦି ଠିକ୍‌ ହୁଏ ତେବେ ଓଡ଼ିଶା ଆଉ ଏକ ବାତ୍ୟା ବିପର୍ଯ୍ୟୟର ସମ୍ମୁଖୀନ ହେବ।
ଅନ୍ୟପକ୍ଷରେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ବାୟୁ ମଣ୍ଡଳରେ ଆର୍ଦ୍ରତା ବଢ଼ିଯାଉଛି। ଦିନ ସମୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହୁଛି। ଆସନ୍ତା ୨୦ ତାରିଖ ମଧ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ନେଇ ପାଣିପାଗ ବିଭାଗ ଅନୁମାନ କରୁଛି। ସ୍ବାଭାବିକ ଭାବେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ଅର୍ଥାତ୍‌ ଅକ୍ଟୋବର ୧୦ ତାରିଖ ସୁଦ୍ଧା ମୌସୁମୀ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରିଥାଏ। ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ସପ୍ତାହେ ବିଳମ୍ବରେ ମୌସୁମୀ ବିଦାୟ ନେବ ବୋଲି ଅନୁମାନ କରାଯାଉଛି।
ଆଉ୨ ଦିନ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖରେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri