ବଢୁଛି ବାତ୍ୟା ଭୟ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶାକୁ ବାତ୍ୟା ଭୟ ବଢ଼ିବାରେ ଲାଗିଛି। ଅକ୍ଟୋବର ୨୪ରୁ ୨୬ ମଧ୍ୟରେ ଉତ୍ତର ଓଡ଼ିଶା, ପାରାଦୀପ କିମ୍ବା ପୁରୀଠାରେ ବାତ୍ୟା ପିଟି ହେବା ଆଶଙ୍କା ବଢ଼ିବାରେ ଲାଗିଛି। ଅନ୍ତର୍ଜାତୀୟ ପାଣିପାଗ ମଡେଲ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ୍‌(ଜିଏଫ୍‌ଏସ୍‌) ଏ ନେଇ ସତର୍କ କରାଇଲାଣି। ଜିଏଫ୍‌ଏସ୍‌ ସୂଚନା ଅନୁଯାୟୀ ଆସନ୍ତା ୧୭ରୁ ୧୮ ମଧ୍ୟରେ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୯ କିମ୍ବା ୨୦ ତାରିଖରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ଧୀରେ ଧୀରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୨ ଓ ୨୩ ତାରିଖ ବେଳକୁ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ବାତ୍ୟା ରୂପ ନେବ ବୋଲି ଅନୁମାନ କରାଯାଉଛି। ସମୁଦ୍ରରେ ଏହା ୨ ଦିନ ଆହୁରି ଶକ୍ତିଶାଳୀ ହେବ। ଅକ୍ଟୋବର ୨୪ କିମ୍ବା ୨୬ ତାରିଖରେ ଏହା ଉତ୍ତର ପୂର୍ବ ଦିଗକୁ ଗତି କରି ଉତ୍ତର ଓଡ଼ିଶା କିମ୍ବା ପାରାଦୀପ ଓ ପୁରୀ ମଧ୍ୟରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଆସନ୍ତା ୪/୫ ଦିନ ପରେ ଏ ନେଇ ଚିତ୍ର ସ୍ପଷ୍ଟ ହୋଇଯିବ। ତେବେ ବାତ୍ୟାର ରୂପରେଖ ନେଇ ଏ ପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ବିଭିନ୍ନ ପାଣିପାଗ ମଡେଲ ଆକଳନ ଯଦି ଠିକ୍‌ ହୁଏ ତେବେ ଓଡ଼ିଶା ଆଉ ଏକ ବାତ୍ୟା ବିପର୍ଯ୍ୟୟର ସମ୍ମୁଖୀନ ହେବ।
ଅନ୍ୟପକ୍ଷରେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ବାୟୁ ମଣ୍ଡଳରେ ଆର୍ଦ୍ରତା ବଢ଼ିଯାଉଛି। ଦିନ ସମୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହୁଛି। ଆସନ୍ତା ୨୦ ତାରିଖ ମଧ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ନେଇ ପାଣିପାଗ ବିଭାଗ ଅନୁମାନ କରୁଛି। ସ୍ବାଭାବିକ ଭାବେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ଅର୍ଥାତ୍‌ ଅକ୍ଟୋବର ୧୦ ତାରିଖ ସୁଦ୍ଧା ମୌସୁମୀ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରିଥାଏ। ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ସପ୍ତାହେ ବିଳମ୍ବରେ ମୌସୁମୀ ବିଦାୟ ନେବ ବୋଲି ଅନୁମାନ କରାଯାଉଛି।
ଆଉ୨ ଦିନ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖରେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri