୧୯ ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମୁତାବକ, ଶନିବାର ଅପରାହ୍ନ ସାଢେ ୧ଟାରୁ ରବିବାର ସକାଳ ସାଢେ ୮ଟା ମଧ୍ୟରେ ରାଜ୍ୟର ସୋନପୁର, ବୌଦ୍ଧ, ନୂଆପଡ଼ା ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ଢେଙ୍କାନାଳ, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହିସବୁ ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

କାଳବୈଶାଖୀ ଓ ବଜ୍ରପାତ ସମୟରେ ଘରୁ ପଦାକୁ ନ ବାହାରିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଜୁନ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?