୮ଟି ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୨୩।୪: ଓଡ଼ିଶାର ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ୮ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସାଙ୍ଗକୁ ଝଡତୋଫାନ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଅପରାହ୍ନରେ ସତର୍କ ସୂଚନା ଜାରି କରାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଶୁକ୍ରବାର ଅପରାହ୍ନ ସାଢେ ୧ଟାରୁ ଶନିବାର ସକାଳ ସାଢେ ୮ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୮ଟି ଜିଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଘଡଘଡି ବର୍ଷା ସମୟରେ ଘର ବାହାରକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କାଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri