ସଞ୍ଜ ନଇଁଲେ ବଢୁଛି ବନ୍ୟଜନ୍ତୁଙ୍କ ଭୟ, ଖରବାଦୁମାଣି ସାହିକୁ ବିଦ୍ୟୁତ୍‌ ସଂଯୋଗ ଦାବି

କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅନ୍ତର୍ଗତ ପିଠାଗୋଡ଼ା ପଞ୍ଚାୟତ ଖରବାଦୁମାଣି ସାହିକୁ ବିଦ୍ୟୁତ୍‌ ସଂଯୋଗ ଦାବିରେ ବୁଧବାର ବାସିନ୍ଦା କେନ୍ଦୁଝର ଜିଲାପାଳଙ୍କୁ ଭେଟି ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି। ଛୋଟ ଛୋଟ ପିଲାଙ୍କୁ ଧରି ଦୀର୍ଘ ବହୁ ବାଟ ଆସି ଆଜି ଅଭିଯୋଗପତ୍ର ଦେଇଛନ୍ତି। ଖୁଣ୍ଟ ପୋତା ଯାଇଥିଲେ ହେଁ ବିଦ୍ୟୁତ୍‌ ସଂଯୋଗ ହୋଇ ନ ଥିବାରୁ ସାହିର ୫୦ ଆଦିବାସୀ ପରିବାର ଅନ୍ଧାରରେ ନାନା ହଇରାଣ ହରକତ ହେଉଛନ୍ତି। ଏହାସହ ଛୋଟ ଛୋଟ ପିଲାମାନଙ୍କ ପାଠପଢ଼ାରେ ବାଧା ସୃଷ୍ଟି ହେଉଛି। ଏତଦ୍‌ବ୍ୟତୀତ ସଞ୍ଜ ନଇଁଲେ ରାସ୍ତାଘାଟ କିଟିମିଟି ଅନ୍ଧାର ହୋଇଯାଉଛି। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଥିବାରୁ ଲୋକେ ଭୟଭୀତ ହେଉଛନ୍ତି। ସ୍ଥାନୀୟ ଖରବା ଗ୍ରାମରେ ବିଜୁଜ୍ୟୋତି ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ହୋଇଥିଲେ ହେଁ ଖରବା ଦୁମାଣିସାହି ବାସିନ୍ଦା ଏହି ଯୋଜନାରୁ ବଞ୍ଚିତ ହୋଇଥିବା ଅଭିଯୋଗ କରିଛନ୍ତି। ତୁରନ୍ତ ବିଦ୍ୟୁତ୍‌ ସଂଯୋଗ କରାଯିବାକୁ କ୍ଷୀରମଣି ସର୍ଦ୍ଦାର,ବିକାଶ ସର୍ଦ୍ଦାର, କଇଁତା ମୁଣ୍ତା, ପ୍ରଦୀପ ମହାନ୍ତ, ପ୍ରମିଳା ସର୍ଦ୍ଦାର, ରୀନା ମହାନ୍ତ, ରେଖା ସର୍ଦ୍ଦାର,ଚମ୍ପା ସର୍ଦ୍ଦାର, ଯଶୋମତି ସର୍ଦ୍ଦାର,ପଦ୍ମାବତୀ ସର୍ଦ୍ଦାର, କର୍ମୁ ସର୍ଦ୍ଧାର ପ୍ରମୁଖ ଆଜି କେନ୍ଦୁଝର ଜିଲାପାଳ ବିଶାଲ ସିଂଙ୍କୁ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦର ଓ ସବୁଜ ଦାରିଙ୍ଗବାଡି ପାଇଁ  ପ୍ରୟାସ 

ଦାରିଙ୍ଗବାଡି,୧୬ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏକ ଫୋରମ ଗଠନ କରାଯାଇ...

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି।...

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେି ଜେରା

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri