Posted inଜାତୀୟ

ଭୟରେ କଶ୍ମୀରୀ ପଣ୍ଡିତଙ୍କ ଶିବିର ସିଲ୍‌

ଶ୍ରୀନଗର, ୨ା୬: କଶ୍ମୀରରେ ଟାର୍ଗେଟ କିଲିଂ ଥମୁ ନ ଥିବାରୁ ଉପତ୍ୟକା ଛାଡ଼ିବାକୁ କଶ୍ମୀରୀ ପଣ୍ଡିତମାନେ ଚେତାବନୀ ଦେବା ପରେ ସ୍ଥାନୀୟ ପ୍ରଶାସନ ସେମାନଙ୍କ ଟ୍ରାଞ୍ଜିଟ୍‌ କ୍ୟାମ୍ପ୍‌ଗୁଡ଼ିକୁ ବୁଧବାର ସିଲ୍‌ କରିଛି। ସେମାନଙ୍କୁ ଶିବିର ବାହାରକୁ ଆସିବା ପାଇଁ ବାରଣ କରାଯାଇଛି। ଏଥିସହ କ୍ୟାମ୍ପ୍‌ ଆଖପାଖରେ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧୀନରେ ନିଯୁକ୍ତି ପାଇଥିବା ପ୍ରାୟ ୪ ହଜାର କଶ୍ମୀରୀ ପଣ୍ଡିତଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ୨୪ ଘଣ୍ଟା ମଧ୍ୟରେ ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଦାବି କରିଥିଲେ। ଏହା ନ ହେଲେ ସେମାନେ ଉପତ୍ୟକା ଛାଡ଼ି ପଳାୟନ କରିବେ ବୋଲି ମଙ୍ଗଳବାର ଚେତାବନୀ ଦେଇଥିଲେ।

ଜିଲାରେ ମଙ୍ଗଳବାର ଜମ୍ମୁର ଜଣେ ହିନ୍ଦୁ ଶିକ୍ଷୟିତ୍ରୀ ରାଜନୀ ବାଲାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଗତମାସରେ ବୁଡଗାମ୍‌ରେ ମାଜିଷ୍ଟ୍ରେଟଙ୍କ ଅଫିସରେ ଆଉ ଜଣେ କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କୁ ଆତଙ୍କବାଦୀ ଗୁଳି କରି ହତ୍ୟା କରିଥିଲେ। ବାରମ୍ବାର ଟାର୍ଗେଟ କିଲିଂ ଯୋଗୁ କଶ୍ମୀରୀ ପଣ୍ଡିତମାନେ ନିଜକୁ ଅସୁରକ୍ଷିତ ମନେକରି ସୁରକ୍ଷା ଦାବିରେ ଆନ୍ଦୋଳନକୁ ଓହ୍ଲାଇବା ସହ ସେହି ସ୍ଥାନ ଛାଡ଼ିବାକୁ ଧମକ ଦେଇଛନ୍ତି। ସରକାର କୌଣସି ବ୍ୟବସ୍ଥା ନ କରି ସେମାନଙ୍କୁ ସେଠାରେ ମରିବା ପାଇଁ ଛାଡ଼ି ଦେଇଥିବା ସେମାନେ ଅଭିଯୋଗ କରିଛନ୍ତି। ଫଳରେ ସ୍ଥାନୀୟ ପ୍ରଶାସନ ବିଭିନ୍ନ ସ୍ଥାନରେ ଥିବା କଶ୍ମୀରୀ ପଣ୍ଡିତଙ୍କ ଶିବିରକୁ ସିଲ୍‌ କରି ସେମାନଙ୍କୁ ବାହାରକୁ ନ ବାହାରିବାକୁ କହିଛି। କ୍ୟାମ୍ପ୍‌ର ପ୍ରମୁଖ ଗେଟ୍‌ ବନ୍ଦ କରିଦିଆଯାଇଛି।

ସେଠାରେ ପୋଲିସ ବ୍ୟାରିକେଡ୍‌ ନିର୍ମାଣ କରିବା ସହ ଯାତାୟାତ କରୁଥିବା ସମସ୍ତ ଯାନବାହନକୁ ଯାଞ୍ଚ କରୁଛି। ଚଳିତ ବର୍ଷ ଜାନୁୟାରୀରୁ ଅଦ୍ୟାବଧି କଶ୍ମୀର ଉପତ୍ୟକାରେ ୧୬ ଜଣ ଟାର୍ଗେଟ କିଲିଂର ଶିକାର ହେଲେଣି। ଟାର୍ଗେଟ କିଲିଂ ବଢ଼ୁଥିଲେ ହେଁ କେନ୍ଦ୍ର ସରକାର କଶ୍ମୀରୀ ପଣ୍ଡିତଙ୍କୁ ଉପଯୁକ୍ତ ସୁରକ୍ଷା ଦେଇପାରି ନ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି। କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା ୯୦ ଦଶକର ଘଟଣାକୁ ମନେପକାଉଛି। ସେମାନଙ୍କୁ ନିଜ ଘରେ ସୁରକ୍ଷିତ ରଖିବା ପାଇଁ କେନ୍ଦ୍ର ସରକାର ବ୍ୟାପକ ବ୍ୟବସ୍ଥା କରନ୍ତୁ ବୋଲି କେଜ୍‌ରିଓ୍ବାଲ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?