Posted inଖେଳ

ଗିରଫ ଭୟରେ ହାଇକୋର୍ଟ ଗଲେ କ୍ରିକେଟର୍‌ ଯୁବରାଜ ସିଂ

ଚଣ୍ଡିଗଡ,୨୫।୨:ଭାରତର ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ସମସ୍ୟା ବଢିବାରେ ଲାଗିଛି। ଦଳିତ ସମାଜ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବାରୁ ହରିୟାଣା ପୋଲିସ ତାଙ୍କ ନାଁରେ ମାମଲା ରୁଜୁ କରିଛି। ଅପମାନଜନକ ମନ୍ତବ୍ୟ ମାମଲାରେ ଗିରଫ ଭୟରେ ଯୁବରାଜଙ୍କ ପକ୍ଷରୁ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ଏହି ମାମଲାକୁ ଖାରଜ କରି ହାନସୀ ପୋଲିସର କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇବାକୁ ପିଟିସନରେ କୁହାଯାଇଛି। ଗୁରୁବାର ଚଣ୍ଡିଗଡ଼ରେ ଏହି ମାମଲାର ଶୁଣାଣି ହେବ।
ଗତ ବର୍ଷ ଜୁନ ୧ରେ ଭାରତୀୟ ଦଳର ଓପନର୍‌ ରୋହିତ ଶର୍ମାଙ୍କ ସହ ଭିଡିଓ ଚାଟ୍‌ରେ ଯୁବରାଜ ସିଂ ୟୁଜବେନ୍ଦ୍ର ଚହଲଙ୍କ ପ୍ରତି ଅଶାଳୀନ ଶବ୍ଦ ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ଚାଟ୍‌ର ଭିଡିଓ ଭାଇରାଲ ହେବା ପରେ ଯୁବରାଜ ସିଂଙ୍କୁ ମଧ୍ୟ କ୍ଷମା ମାଗିବାକୁ ପଡିଥିଲା। ହରିୟାଣା ପୋଲିସ ହିସାରର ପୋଲିସ ଷ୍ଟେଶନ ହାନସିରେ ଆଇପିସିର ଧାରା ୧୫୩, ୧୫୩ଏ, ୨୯୫, ୫୦୫ ବ୍ୟତୀତ ଏସସି/ଏସଟି ଆକ୍ଟର ଧାରା ୩ (୧) (ଆର୍‌) ଏବଂ ୩ (୧) (ଏସ୍‌) ଅନୁଯାୟୀ ଏକ ମାମଲା ଦାଖଲ କରିଛି। । ଜାନୁଆରୀ ୧୧ରେ, ନ୍ୟାସନାଲ ଆଲାଏନ୍ସ ଏବଂ ଦଲିତ ମାନବ ଅଧିକାରର ସଂଯୋଜକ ରଜତ କଲସାନ ଏନେଇ କୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ଯେଉଁଥିରେ ସେ ଯୁବରାଜଙ୍କ ବିରୋଧରେ ମାମଲା ଦାୟର କରିଥିଲେ। ୮ ମାସ ପରେ, ଯୁବରାଜଙ୍କ ବିରୋଧରେ ମାମଲା ପଞ୍ଜିକରଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ବିବାଦ ପରେ ଯୁବରାଜ ସିଂ କ୍ଷମା ମାଗିଛନ୍ତି। ଗତ ବର୍ଷ ସେ ନିଜ ଟୁଇଟରରେ କ୍ଷମା ମାଗି ଲେଖିଥିଲେ, ମୁଁ ଏହା ସ୍ପଷ୍ଟ କରିବାକୁ ଚାହୁଁଛି ଯେ ମୁଁ କୌଣସି ପ୍ରକାର ଭେଦଭାବରେ ବିଶ୍ୱାସ କରେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri