Posted inଖେଳ

ଗିରଫ ଭୟରେ ହାଇକୋର୍ଟ ଗଲେ କ୍ରିକେଟର୍‌ ଯୁବରାଜ ସିଂ

ଚଣ୍ଡିଗଡ,୨୫।୨:ଭାରତର ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ସମସ୍ୟା ବଢିବାରେ ଲାଗିଛି। ଦଳିତ ସମାଜ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବାରୁ ହରିୟାଣା ପୋଲିସ ତାଙ୍କ ନାଁରେ ମାମଲା ରୁଜୁ କରିଛି। ଅପମାନଜନକ ମନ୍ତବ୍ୟ ମାମଲାରେ ଗିରଫ ଭୟରେ ଯୁବରାଜଙ୍କ ପକ୍ଷରୁ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ଏହି ମାମଲାକୁ ଖାରଜ କରି ହାନସୀ ପୋଲିସର କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇବାକୁ ପିଟିସନରେ କୁହାଯାଇଛି। ଗୁରୁବାର ଚଣ୍ଡିଗଡ଼ରେ ଏହି ମାମଲାର ଶୁଣାଣି ହେବ।
ଗତ ବର୍ଷ ଜୁନ ୧ରେ ଭାରତୀୟ ଦଳର ଓପନର୍‌ ରୋହିତ ଶର୍ମାଙ୍କ ସହ ଭିଡିଓ ଚାଟ୍‌ରେ ଯୁବରାଜ ସିଂ ୟୁଜବେନ୍ଦ୍ର ଚହଲଙ୍କ ପ୍ରତି ଅଶାଳୀନ ଶବ୍ଦ ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ଚାଟ୍‌ର ଭିଡିଓ ଭାଇରାଲ ହେବା ପରେ ଯୁବରାଜ ସିଂଙ୍କୁ ମଧ୍ୟ କ୍ଷମା ମାଗିବାକୁ ପଡିଥିଲା। ହରିୟାଣା ପୋଲିସ ହିସାରର ପୋଲିସ ଷ୍ଟେଶନ ହାନସିରେ ଆଇପିସିର ଧାରା ୧୫୩, ୧୫୩ଏ, ୨୯୫, ୫୦୫ ବ୍ୟତୀତ ଏସସି/ଏସଟି ଆକ୍ଟର ଧାରା ୩ (୧) (ଆର୍‌) ଏବଂ ୩ (୧) (ଏସ୍‌) ଅନୁଯାୟୀ ଏକ ମାମଲା ଦାଖଲ କରିଛି। । ଜାନୁଆରୀ ୧୧ରେ, ନ୍ୟାସନାଲ ଆଲାଏନ୍ସ ଏବଂ ଦଲିତ ମାନବ ଅଧିକାରର ସଂଯୋଜକ ରଜତ କଲସାନ ଏନେଇ କୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ଯେଉଁଥିରେ ସେ ଯୁବରାଜଙ୍କ ବିରୋଧରେ ମାମଲା ଦାୟର କରିଥିଲେ। ୮ ମାସ ପରେ, ଯୁବରାଜଙ୍କ ବିରୋଧରେ ମାମଲା ପଞ୍ଜିକରଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ବିବାଦ ପରେ ଯୁବରାଜ ସିଂ କ୍ଷମା ମାଗିଛନ୍ତି। ଗତ ବର୍ଷ ସେ ନିଜ ଟୁଇଟରରେ କ୍ଷମା ମାଗି ଲେଖିଥିଲେ, ମୁଁ ଏହା ସ୍ପଷ୍ଟ କରିବାକୁ ଚାହୁଁଛି ଯେ ମୁଁ କୌଣସି ପ୍ରକାର ଭେଦଭାବରେ ବିଶ୍ୱାସ କରେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?