Posted inଜାତୀୟ

ବୁଲ୍‌ଡୋଜର ଭୟ: ୧୪ଦିନରେ ଆତ୍ମସମର୍ପଣ କଲେଣି ୫୦ରୁ ଊର୍ଦ୍ଧ୍ୱ ଅଭିଯକ୍ତ

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପାର ବହୁମତରେ ବିଜୟ ପରେ ଯୋଗୀ ଆଦିତ୍ୟନାଥ ସରକାର ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଯୋଗୀ ସରକାର ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ଯୋଗୀଙ୍କ ୨.୦ ସରକାରରେ ବୁଲ୍‌ଡୋଜର ଭୟରେ ୨ସପ୍ତାହରେ ୫୦ରୁ ଊର୍ଦ୍ଧ୍ୱ ଅଭିଯୁକ୍ତ ଆତ୍ମସମର୍ପଣ କରିସାରିଛନ୍ତି। ଏନେଇ ସୋମବାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ବେଆଇନ ଅପରାଧକୁ ହଟାଯାଇଛି। ଇତିମଧ୍ୟରେ ଅନେକ ପଳାତକ ଅପରାଧୀଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ପୋଲିସ ଷ୍ଟେସନରେ ସେମାନଙ୍କ ବେକରେ ପ୍ଲାକାର୍ଡ ଥିବା ଦେଖିବାକୁ ମିଳୁଛି। ଏଥିରେ ‘ମୁଁ ଆତ୍ମସମର୍ପଣ କରୁଛି, ଦୟାକରି ମୋତେ ଗୁଳି କର ନାହିଁ’ ବୋଲି ଲେଖାଯାଇଛି ବୋଲି ଉକ୍ତ ଅଧିକାରୀ କହିଛନ୍ତି। ଅନ୍ୟପଟେ ଏଜେନ୍ସି ଅନୁଯାୟୀ ପୋଲିସର ଅତିରିକ୍ତ ମହାନିର୍ଦ୍ଦେଶକ(ଆଇନ ଓ ଅର୍ଡର) ପ୍ରଶାନ୍ତ କୁମାର କହିଛନ୍ତି, ଗତ ଦୁଇ ଦିନ ମଧ୍ୟରେ ୫୦ରୁ ଅଧିକ ଅପରାଧୀ କେବଳ ଆତ୍ମସମର୍ପଣ କରିନାହାଁନ୍ତି ବରଂ ଅପରାଧରୁ ଦୂରେଇ ରହିବାକୁ ମଧ୍ୟ ନିଷ୍ପତ୍ତି ନେଇଛନ୍ତି। ସୂଚନା ମୁତାବକ ଅପରାଧୀ ଏବଂ ମାଫିଆଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଭାବେ ପ୍ରତୀକ ପାଲଟିଥିବା ବୁଲ୍‌ଡୋଜର ପୁରା ଉତ୍ତରପ୍ରଦେଶ ନିର୍ବାଚନରେ ଯୋଗୀ ଆଦିତ୍ୟନାଥଙ୍କୁ ‘ବୁଲଡୋଜର ବାବା’ର ନାମ ଆଖ୍ୟା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri