ପରାଜୟ ଆଶଙ୍କା କରି ସରକାରୀ ଅଧିକାରୀଙ୍କୁ ଟାର୍ଗେଟ କରୁଛି ଭାଜପା

ଭୁବନେଶ୍ୱର,୯ା୪(ଅନିଲଦାସ):ଓଡ଼ିଶାରେ ପରାଜୟ ହେବାକୁ ଯାଉଥିବା ଅନୁଭବ କଲେ ରାଜ୍ୟର ସରକାରୀ ଅଧିକାରୀଙ୍କୁ ଟାର୍ଗେଟ କରିବା ଓଡ଼ିଶା ଭାଜପା ନେତାଙ୍କ ଅଭ୍ୟାସ। ସାଧାରଣ ନିର୍ବାଚନ ୨୦୧୯ ଏବଂ ପରବର୍ତ୍ତୀ ସମୟରେ ରାଜ୍ୟରେ ହୋଇଥିବା ଉପନିର୍ବାଚନରେ ତାହା କରିଥିଲେ। ତେଣୁ ୨୦୨୪ ନିର୍ବାଚନରେ ଓଡ଼ିଶା ଭାଜପା ପୁନର୍ବାର ସରକାରୀ ଅଧିକାରୀଙ୍କୁ ଟାର୍ଗେଟ କରିବା ନୂଆ କଥା ନୁହେଁ। ସୋମବାର ଶଙ୍ଖ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଜ୍ୟ ସଭା ଏମ୍‌ପି ସସ୍ମିତ ପାତ୍ର ଏହା କହିଛନ୍ତି। ୨୦୨୪ ନିର୍ବାଚନରେ ସେମାନେ ତଳକୁ ଖସି ଆସିବା ସହିତ ବିଡିଓ, ତହସିଲଦାର, ପୋଲିସ ଡିଏସ୍‌ପି ଏବଂ ପୋଲିସ ଇନ୍ସପେକ୍ଟର ଇନଚାର୍ଜ (ଆଇଆଇସି)ଙ୍କ ଭଳି ସରକାରୀ ଅଧିକାରୀଙ୍କୁ ଫୋନ୍‌ କରି ଧମକ ଦେବା ଆରମ୍ଭ କରିଛନ୍ତି ା ଏହି ନିର୍ବାଚନରେ ଓଡ଼ିଶା ଭାଜପାକୁ ସମର୍ଥନ କରନ୍ତୁ ନଚେତ୍‌ ବଦଳି ଓ ଅନ୍ୟାନ୍ୟ ଦଣ୍ଡମୂଳକ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୁଅନ୍ତୁ ବୋଲି ଭାଜପା ନେତାମାନେ ଧମକ ଦେଉଥିବା ସସ୍ମିତ ଅଭିଯୋଗ କରିଛନ୍ତି।
ସଂକ୍ରାନ୍ତରେ ସୋମବାର ସକାଳେ ବିଜୁ ଜନତା ଦଳ ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ ଆୟୋଗଙ୍କ ନିକଟରେ ଏକ ପିଟିଶନ୍‌ ଦାଖଲ କରି ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଏହାର ନକଲ ପ୍ରଦାନ କରାଯାଇଛି। ଓଡ଼ିଶାର ୬ ଆଇପିଏସ୍‌ ଓ ୨ ଆଇଏଏସ୍‌ ଅଫିସରଙ୍କୁ ନିର୍ବାଚନ କମିଶନ ବଦଳି କରିଛନ୍ତି ବୋଲି ବିଜେଡି ଆବେଦନରେ ଦର୍ଶାଇଛି ା ଭାରତୀୟ ନିର୍ବାଚନ ଆୟୋଗଙ୍କ ପ୍ରତି ବିଜେଡିର ସମ୍ମାନ ରହିଛି ।
ତେବେ ଓଡ଼ିଶା ଭାଜପାର ପ୍ରାର୍ଥୀ ଓ ନେତାମାନେ ବଦଳିକୁ ଉଦାହରଣ ଭାବେ ବ୍ୟବହାର କରି ନିର୍ବାଚନ ଡ୍ୟୁଟିରେ ଥିବା ଓଡ଼ିଶା ଅଧିକାରୀଙ୍କୁ ଫୋନ୍‌ କରି ଧମକ ଦେଉଛନ୍ତି। ଯଦି ଏହି ଅଧିକାରୀମାନେ ଭାଜପାକୁ ସମର୍ଥନ ନ କରନ୍ତି, ତେବେ ପୂର୍ବ ଭଳି ନିର୍ବାଚନ ଆୟୋଗଙ୍କ ନିକଟରେ ମିଥ୍ୟା ଅଭିଯୋଗ କରି ସେମାନଙ୍କ ବଦଳି ସୁନିଶ୍ଚିତ କରିବେ ବୋଲି ଧମକ ଦେଉଛନ୍ତି ା
ଏହା କେବଳ ଚଳିତ ନିର୍ବାଚନ ସମୟରେ ଲାଗୁ ହୋଇଥିବା ଆଦର୍ଶ ଆଚରଣବିଧିର ଘୋର ଉଲ୍ଲଂଘନ ନୁହେଁ ବରଂ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କୁ ଧମକ ଦେବା ଏବଂ ନିର୍ବାଚନ ପ୍ରକ୍ରିୟାକୁ ବେଆଇନ ଭାବେ ପ୍ରଭାବିତ କରିବାକୁ ଚେଷ୍ଟା କରିବା ମଧ୍ୟ ଅପରାଧ ା ଏପରି କରି ଓଡ଼ିଶାର ଏହି ନେତା ଓ ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ନିର୍ବାଚନ ବ୍ୟବସ୍ଥାକୁ ଖରାପ କରୁଛନ୍ତି ା ଏହି ପ୍ରସଙ୍ଗରେ ଆବଶ୍ୟକ ଧ୍ୟାନ ଦେଇ ନିର୍ବାଚନ ଆୟୋଗ ଓଡ଼ିଶାରେ ଏକ ମୁକ୍ତ, ନିରପେକ୍ଷ, ସ୍ବଚ୍ଛ ଏବଂ ସୁସ୍ଥ ନିର୍ବାଚନ କରିବାକୁ ସୁନିଶ୍ଚିତ କରନ୍ତୁ ବୋଲି ସସ୍ମିତ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri