Posted inଜାତୀୟ

ଚାକିରି ଯିବାର ଥିଲା ଭୟ, ଏମିତି ଚରମ ପଦକ୍ଷେପ ନେଲେ ପରିବାର

ବେଙ୍ଗାଲୁରୁ,୨୬।୭:କରୋନା ଯୋଗୁ ଲୋକେ ଅନେକ ସଙ୍କଟର ସାମ୍ନା କରୁଛନ୍ତି। କିଏ ପେଟ ପୋଷିବା ପାଇଁ ସଂଗ୍ରାମ କରୁଛନ୍ତି ତ ଆଉ କିଏ ଚାକିରି ଚାଲିଯିବା ଭୟରେ କାଳାତିପାତ କରୁଛନ୍ତି। କର୍ନାଟକର ଧରୱାଡ ଜିଲାରେ ଏମିତି କିଛି ଘଟଣା ଘଟିଛି ଯାହା ପ୍ରମାଣ କରୁଛି ଯେ, ବର୍ତ୍ତମାନ ଲୋକଙ୍କ ମଧ୍ୟରେ ଚାକିରି ହରାଇବାର ଭୟ କେତେ ରହିଛି। ଚାକିରି ହରାଇବା ଭୟରେ ଗୋଟିଏ ପରିବାରର ୩ ଜଣ ସଦସ୍ୟ ଆତ୍ମହତ୍ୟା କରିଛନ୍ତି। କରୋନା କାଳରେ ସେ ଚାକିରି ଯିବାକୁ ଭୟ କରୁଥିଲେ। ଯେଉଁଥିପାଇଁ ସେ ଆତ୍ମହତ୍ୟା କରିଥିଲେ। ମୃତକଙ୍କ ମଧ୍ୟରେ ଜଣେ ଦମ୍ପତି ଏବଂ ଜଣେ ଝିଅ ରହିଛନ୍ତି। ପୋଲିସର ସୂଚନାନୁସାରେ, ମୃତକଙ୍କ ଘରରୁ ଏକ ଆତ୍ମହତ୍ୟା ନୋଟ ଉଦ୍ଧାର କରାଯାଇଛି। କରୋନା ମହାମାରୀ ହେତୁ ସେ ତାଙ୍କ ଚାକିରି ଯିବାର ଭୟ ଘାରୁଥିଲା। ଏହି କାରଣରୁ ବ୍ୟକ୍ତି ଜଣକ ସମଗ୍ର ପରିବାର ସହିତ ଆତ୍ମହତ୍ୟା କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ, ଗତ କିଛି ଦିନ ମଧ୍ୟରେ ଦେଶ ମଧ୍ୟରେ କରୋନା ମାମଲା ଯଥେଷ୍ଟ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୮,୬୬୧ଟି ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୭୦୫ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ କରୋନା ମାମଲା ୧୩,୮୫,୫୨୨ ହୋଇଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩୨,୦୬୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri