ଅକ୍ଟୋବର ଆସିଲେ ବଢୁଛି ଭୟ

ପାରଳାଖେମୁଣ୍ଡି,୨୦ା୯(ଗିରିଧାରୀ ପରିଚ୍ଛା): ଅକ୍ଟୋବର ମାସ ଆସିଲେ ଗଜପତି ଜିଲାବାସୀଙ୍କ ମନରେ ଭୟ ପଶୁଛି। ଗତ ୧୦ ବର୍ଷ ହେଲା ଜିଲାବାସୀ ଏହି ମାସରେ କୌଣସି ନା କୌଣସି ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଆସୁଛି। ଏଭଳି ସ୍ଥଳେ ପାଣିପାଗ ବିଭାଗ ଆଗକୁ ଏଲଲିନୋ ପ୍ରଭାବରୁ ବାତ୍ୟା ସମ୍ଭାବନା ଥିବା ସୂଚନା ଗଣମାଧ୍ୟମରେ ପ୍ରକାଶ ପରେ ଗଜପତିରେ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ଚିହ୍ନଟ ହୋଇଥିବା ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ମନରେ ଭୟ ଲାଗି ରହିଛି।

ପୂର୍ବରୁ ଗଜପତି ଜିଲା ହୁଡ୍‌ହୁଡ୍‌, ଫାଇଲିନ ଭଳି ବାତ୍ୟାକୁ ସାମ୍‌ନା କରି ଆଂଶିକ ପ୍ରଭାବିତ ହୋଇଥିଲା। ୨୦୧୮ ଅକ୍ଟୋବର ୧୦ରେ ତିତ୍‌ଲି ବାତ୍ୟାର କରାଳ ରୂପ ଲୋକଙ୍କ ମନରୁ ଏଯାଏ ଲିଭିନି। ବାତ୍ୟା ପ୍ରଭାବରେ ଜିଲାରେ ୪୩ଜଣ ପ୍ରାଣ ହରାଇଥିଲେ । ଏହି ମୃତକଙ୍କ ମଧ୍ୟରେ ରାୟଗଡ଼ ବ୍ଲକର ୩୯ଜଣ ଥିବାବେଳେ ୪ ଜଣ ଆର. ଉଦୟଗିରି ବ୍ଲକର ଥିଲେ।

ଏଥିସହ ୪୦ଟି ଗ୍ରାମ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା। ଉଚ୍ଚ ସ୍ଥାନରେ ରହିଆସୁଥିବା ଲୋକେ ଥଇଥାନ ପାଇଁ ଅନେକ ସମୟରେ ଜିଲା ପ୍ରଶାସନର ଦ୍ୱାରସ୍ଥ ହେଉଛନ୍ତି। ମାତ୍ର ପ୍ରଶାସନ କୌଣସି ପଦକ୍ଷେପ ନେଉ ନ ଥିବା ସଲିମ ଗମାଙ୍ଗ, ବୁରେନ ଭୂୟାଁ, ଅରେଶ ଚନ୍ଦ୍ର ଭୋମାଲ ପ୍ରମୁଖ ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ତେବେ ଜିଲାର ୭ଟି ବ୍ଲକରେ ୧୩୬ଟି ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ ହୋଇଛି। ଗୁମ୍ମା ବ୍ଲକରେ ୨୯ଟି ଅଞ୍ଚଳ, ରାୟଗଡ ବ୍ଲକରେ ୨୫ଟି, ଆର. ଉଦୟଗିରି ବ୍ଲକରେ ୭ଟି, ନୂଆଗଡ଼ ବ୍ଲକରେ ୧୨ଟି, ମୋହନା ବ୍ଲକରେ ୪୧ଟି, ଗୋସାଣି ବ୍ଲକରେ ୧୩ଟି ଓ କାଶୀନଗର ବ୍ଲକରେ ୯ଟି ଅଞ୍ଚଳକୁ ସମ୍ବେଦନଶୀଳ ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି।

ଅନ୍ୟପକ୍ଷରେ ଗଜପତି ଜିଲାକୁ କୌଣସି ପ୍ରାକୃତିକ ବିପର୍ଯ୍ୟୟ ଆସିବା ସୂଚନା ମିଳିଲେ, ମୁକାବିଲା ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି। ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା, ନିରାପଦ ସ୍ଥାନରେ ଖାଇବା ବ୍ୟବସ୍ଥା କରାଯାଉଥିବା ଜିଲାପାଳ ମଧୁମିତା କହିଛନ୍ତି। ଉଚ୍ଚ ସ୍ଥାନରେ ରହୁଥିବା ଲୋକଙ୍କ ସମସ୍ୟାର ସ୍ଥାୟୀ ସମାଧାନ ଲାଗି ଚେଷ୍ଟା ଜାରି ରହିଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?