ଭୋଜିଭାତର ଆୟୋଜନ, ମାନୁନାହାନ୍ତି କଟକଣା

ଉମରକୋଟ, ୩ା୨(ସ୍ବ.ପ୍ର.) ବିଜେଡି ପରେ ଭାଜପା। ଶାସକ ବିଜେଡି ଦଳକୁ ଜାବାବ ଦେବା ପାଇଁ ସମାନ ରଣନୀତି ଆପଣାଇଛି ଭାଜପା। ବିଜେଡି ଭଳି ଭାଜପା ମଧ୍ୟ ଶତାଧିକ ଲୋକଙ୍କୁ ନେଇ ନିର୍ବାଚନୀ ସଭା ଓ ଭୋଜିଭାତର ଆୟୋଜନ କରିଛି। ଶାସକ ଦଳକୁ ଜବାବ ଦେବାକୁ ଯାଇ ଏପରି କରିବାକୁ ବାଧ୍ୟ ହୋଇଛୁ ବୋଲି ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି।
ଉମରକୋଟ ବ୍ଳକ ପୁଜାରୀଗୁଡ଼ାରେ ଜିଲା ପରିଷଦ ଜୋନ୍‌-୨ ଭାଜପା ପ୍ରାର୍ଥୀ ଜ୍ୟୋତ୍ସ୍ନା ବିଶ୍ବାସଙ୍କ ପାଇଁ ଏକ ନିର୍ବାଚନ ପ୍ରଚାର ସଭା ଆୟୋଜନ କରାଯାଇଛି। ଏହି ସଭାରେ ଉମରକୋଟ ବିଧାୟକ ନିତ୍ୟନନ୍ଦ ଗଣ୍ଡଙ୍କ ସମେତ ୯ ପଞ୍ଚାୟତରୁ ଶତାଧିକ ଲୋକ ଯୋଗଦେଇଥିଲେ। ବିଧାୟକ ନିତ୍ୟାନନ୍ଦ ଗଣ୍ଡ ରାଜ୍ୟ ସରକାରଙ୍କୁ କଟୁ ସମାଲୋଚନା କରିଥିଲେ। ଶାସକ ଦଳର ତୁଙ୍ଗ ନେତା ବିଭିନ୍ନ ଦୁର୍ନୀତିରେ ଲିପ୍ତ ଅଛନ୍ତି। ଚଳିତ ପଞ୍ଚାୟତ ନିର୍ବାଚନରେ ହାରିଯିବା ଭୟରେ ଶାସକ ଦଳର ନେତାମାନେ ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଂଘନ କରୁଥିବା ବିଧାୟକ ଗଣ୍ଡ ଅଭିଯୋଗ କରିଛନ୍ତି। ଶାସକ ଦଳ ଦ୍ୱାରା କରାଯାଉଥିବା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଂଘନ ଜବାବରେ ଭାଜପା ମଧ୍ୟ ଏପରି କରିବାକୁ ବାଧ୍ୟ ହେଉଛି ବୋଲି ସେ କହିଛନ୍ତି।
ଗତ ପଞ୍ଚାୟତ ନିର୍ବାଚନରେ ଏହି ଆସନରୁ ଭାଜପାର ଭଜନାଥ ଗଣ୍ଡ ବିପୁଳ ସଂଖ୍ୟାରେ ଭୋଟ ପାଇ ନିର୍ବାଚିତ ହୋଇଥିଲେ। ତେଣୁ ଏହି ଆସନକୁ ପୁଣି ଥରେ ହାତେଇବାକୁ ଭାଜପା ନେତୃବୃନ୍ଦ ଉଦ୍ୟମ ଜାରି ରଖିଛନ୍ତି। ସେହିପରି ବିଜେଡ଼ି ମଧ୍ୟ ଏହାକୁ କବ୍‌ଜା କରିବା ପାଇଁ ଚେଷ୍ଟା ଜାରି ରଖିଥିବା ବେଳେ କଂଗ୍ରେସ ମଧ୍ୟ ଦୌଡ଼ରେ ରହିଛି। କଂଗ୍ରେସ ପ୍ରାର୍ଥୀ ଦୀପା ରାୟ ଘରକୁ ଘର ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ତେବେ ଏହି ଜିଲା ପରିଷଦ ଆସନକୁ କିଏ ହାତେଇବ ତାହା ଦେଖିବାକୁ ବାକି ଥିବା ବେଳେ, ଏଠାରେ ଭାଜପାର ଜ୍ୟୋତ୍ସ୍ନା ବିଶ୍ବାସ, ବିଜେଡିର ଛାୟା ବିଶ୍ବାସ ଏବଂ କଂଗ୍ରେସର ଦୀପା ରାୟଙ୍କ ମଧ୍ୟରେ ତ୍ରିମୁଖୀ ଲଢେଇ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?