୨୨ରେ ଖୋଲିବ ଫେଡବ୍ୟାଙ୍କର ଆଇପିଓ

ଭୁବନେଶ୍ୱର,୨୦।୧୧: ଫେଡ୍‌ ବ୍ୟାଙ୍କ ଫାଇନାନ୍ସିଆଲ ସର୍ଭିସେସ୍‌ ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତ ବର୍ଷ ନଭେମ୍ବର ୨୨ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏପରିକି ଉକ୍ତ ଅଫର ଜରିଆରେ ୬୦୦ କୋଟି ଟଙ୍କାର ନୂଆ ଇକ୍ୱିଟି ଶେୟାର ଜାରି କରାଯିବ ଏବଂ ଅଫର ଫର ସେଲ୍‌ରେ ଅଂଶଧନକାରୀମାନେ ବିକ୍ରି ଲାଗି ୩୫,୧୬୧,୭୨୩ ଇକ୍ୱିଟି ଶେୟାର ଉପଲବ୍ଧ କରାଇବେ। ସେହିଭଳି ଆଙ୍କର ନିବେଶକମାନେ ଅଫର ଖୋଲିବାର ଗୋଟିଏ ଦିନ ପୂର୍ବରୁ ୨୦୨୩ ନଭେମ୍ବର ୨୧ରେ ବିଡ୍‌ ଦାଖଲ କରିପାରିବେ। ଏହି ଅଫର ୨୦୨୩ ନଭେମ୍ବର ୨୨ରେ ଖୋଲିବ ଓ ୨୦୨୩ ନଭେମ୍ବର ୨୪ରେ ବନ୍ଦ ହେବ।
ଏପରିକି ଉକ୍ତ ଅଫରରେ ଇକ୍ୱିଟି ଶେୟାରର ମୂଲ୍ୟ ୧୩୩ ଟଙ୍କାରୁ ୧୪୦ ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଥିବାବେଳେ ସର୍ବନିମ୍ନ ୧୦୭ଟି ଇକ୍ୱିଟି ଶେୟାର ପାଇଁ ବିଡ୍‌ ଦାଖଲ ହେବାକୁ ଥିବାବେଳେ ଏହା ପରେ ୧୦୭ଟି ଲେଖାଏଁ ଇକ୍ୱିଟି ଶେୟାର ଗୁଣିତକ ଭାବେ ଯୋଡ଼ାଯାଇପାରିବ। ବିଶେଷ କରି ଉକ୍ତ ଅଫରରେ କର୍ମଚାରୀମାନଙ୍କ ପାଇଁ ଇକ୍ୱିଟି ଶେୟାର ପିଛା ୧୦ଟଙ୍କା ରିହାତିରେ ୧୦ କୋଟି ଟଙ୍କା ପର୍ଯ୍ୟନ୍ତର ସଂରକ୍ଷଣ ବ୍ୟବସ୍ଥା ରହିଛି।
ଅପରପକ୍ଷରେ ଏହି ଇସ୍ୟୁରୁ ଯେଉଁ ପାଣ୍ଠି ସଂଗ୍ରହ ହେବ, ତାହାକୁ କମ୍ପାନିର ଭବିଷ୍ୟତ ପୁଞ୍ଜି ଆବଶ୍ୟକତା ପୂରଣ କରିବା ଲାଗି ଟାୟାର-୧ ପୁଞ୍ଜି ଆଧାରରେ ଉନ୍ନତି ଆଣିବା ଲାଗି ବ୍ୟବହାର କରାଯିବ। ଏପରିକି ତାହାର କିଛି ଅଂଶକୁ ଅଫର ବ୍ୟୟ ବହନ କରିବା ଲାଗି ମଧ୍ୟ ବ୍ୟବହାର କରାଯିବ।
ସହିଭଳି ଅଫର ଫର ସେଲ୍‌ରେ ଫେଡବ୍ୟାଙ୍କ ଲିମିଟେଡ୍‌ ୫,୪୭୪,୬୭୦ଇକ୍ୱିଟି ଶେୟାର ଏବଂ ଟ୍ରୁ ନର୍ଥ ଫଣ୍ଡ୍‌ ଚତୁର୍ଥ ଏଲ୍‌ଏଲ୍‌ପି ୨୯,୬୮୭,୦୫୩ ଇକ୍ୱିଟି ଶେୟାର ବିକ୍ରି କରିବେ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡର ନିୟମ ଅନୁସାରେ ଉକ୍ତ ଅଫରର ୫୦% ପର୍ଯ୍ୟନ୍ତ ଇକ୍ୱିଟି ଶେୟାର ସମାନୁପାତିକ ଭିତିରେ ଯୋଗ୍ୟ ସଂସ୍ଥାଗତ ନିବେଶକ (କ୍ୟୁଆଇବି)ମାନଙ୍କ ଲାଗି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri