ଫେଡେରାଲ ରିଜର୍ଭ ବୃ୍‌ଦ୍ଧି କଲା ସୁଧହାର…

ଓ୍ବାଶିଂଟନ, ୨୨।୯ : କରୋନା ମହାମାରୀ ଏବଂ ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ସମଗ୍ର ବିଶ୍ୱର ଅର୍ଥନୀତି ଅତ୍ୟନ୍ତ କଷ୍ଟଦାୟକ ସମୟ ଦେଇ ଗତି କରୁଛି। ଭାରତ ସମେତ ସମଗ୍ର ବିଶ୍ୱରେ ମୁଦ୍ରାସ୍ଫୀତି ବୃଦ୍ଧି ପାଉଛି। ଏହା ବିଶ୍ୱର ସୁପର ପାୱାର ଆମେରିକା ଉପରେ ମଧ୍ୟ ବହୁତ ଖରାପ ପ୍ରଭାବ ପକାଇଛି। ଯୁକ୍ତରାଷ୍ଟ୍ରରେ ଗତ ବର୍ଷର ମୁଦ୍ରାସ୍ଫୀତି ରେକର୍ଡ ଭାଙ୍ଗିଛି ଏବଂ ଏହା ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରିଛି।

ଏଭଳି ପରିସ୍ଥିତିରେ ଦେଶର ମୁଦ୍ରାସ୍ଫୀତି ହାରକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକାର ଫେଡେରାଲ ରିଜର୍ଭ ଏକ ବଡ ପଦକ୍ଷେପ ନେଇ ସୁଧ ହାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଫେଡେରାଲ ରିଜର୍ଭ ସୁଧ ହାରକୁ ୦.୭୫ ପ୍ରତିଶତ ବୃଦ୍ଧି କରିଛି। ଫଳରେ ଏହା ୩ ରୁ ୩.୨୫ ପ୍ରତିଶତ ମଧ୍ୟରେ ପହଞ୍ଚିଛି। ସୂଚନାଯୋଗ୍ୟ ୨୦୦୮ ବିମୁଦ୍ରାକରଣ ପରଠାରୁ ସୁଧ ହାର ସର୍ବାଧିକ ଅଟେ।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଦେଶରେ ମୁଦ୍ରାସ୍ଫୀତି ବୃଦ୍ଧି ନେଇ ଫେଡେରାଲ ରିଜର୍ଭ ଅଧିକାରୀମାନେ ଏକ ଉଚ୍ଚ ସ୍ତରୀୟ ବୈଠକ କରିଥିଲେ। ଏଥିରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ନିୟନ୍ତ୍ରଣ କରିବାର ଉପାୟ ବିଷୟରେ ଆଲୋଚନା ହୋଇଥିଲା। ଏହା ପରେ ଫେଡେରାଲ ବ୍ୟାଙ୍କ ଘୋଷଣା କରିଛି ଯେ ବ୍ୟାଙ୍କର ସୁଧ ହାର ବୃଦ୍ଧି କରାଯାଇଛି। ଏହି ସୂଚନା ବ୍ୟାଙ୍କର ଚେୟାରମ୍ୟାନ ଜେରୋମ ପାୱେଲ ପ୍ରଦାନ କରିଛନ୍ତି। ଏହି ନିଷ୍ପତ୍ତି ଆମେରିକାର ଅର୍ଥନୀତିକୁ ଏକ ବଡ଼ ଝଟକା ଦେଇପାରେ।

ଏହି ପ୍ରସଙ୍ଗରେ ସୂଚନା ଦେଇ ଜେରୋମ ପାୱେଲ କହିଛନ୍ତି ଯେ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଫେଡେରାଲ ରିଜର୍ଭ ସମସ୍ତ ଆବଶ୍ୟକ ପଦକ୍ଷେପ ନେଉଛି। ଏହା ସହିତ ଭବିଷ୍ୟତରେ ମୁଦ୍ରାସ୍ଫୀତି ନିୟନ୍ତ୍ରଣ ପାଇଁ ବ୍ୟାଙ୍କ ଏଭଳି ପଦକ୍ଷେପ ଗ୍ରହଣ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri