ଫେଡେରାଲ ରିଜର୍ଭ ବୃ୍‌ଦ୍ଧି କଲା ସୁଧହାର…

ଓ୍ବାଶିଂଟନ, ୨୨।୯ : କରୋନା ମହାମାରୀ ଏବଂ ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ସମଗ୍ର ବିଶ୍ୱର ଅର୍ଥନୀତି ଅତ୍ୟନ୍ତ କଷ୍ଟଦାୟକ ସମୟ ଦେଇ ଗତି କରୁଛି। ଭାରତ ସମେତ ସମଗ୍ର ବିଶ୍ୱରେ ମୁଦ୍ରାସ୍ଫୀତି ବୃଦ୍ଧି ପାଉଛି। ଏହା ବିଶ୍ୱର ସୁପର ପାୱାର ଆମେରିକା ଉପରେ ମଧ୍ୟ ବହୁତ ଖରାପ ପ୍ରଭାବ ପକାଇଛି। ଯୁକ୍ତରାଷ୍ଟ୍ରରେ ଗତ ବର୍ଷର ମୁଦ୍ରାସ୍ଫୀତି ରେକର୍ଡ ଭାଙ୍ଗିଛି ଏବଂ ଏହା ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରିଛି।

ଏଭଳି ପରିସ୍ଥିତିରେ ଦେଶର ମୁଦ୍ରାସ୍ଫୀତି ହାରକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକାର ଫେଡେରାଲ ରିଜର୍ଭ ଏକ ବଡ ପଦକ୍ଷେପ ନେଇ ସୁଧ ହାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଫେଡେରାଲ ରିଜର୍ଭ ସୁଧ ହାରକୁ ୦.୭୫ ପ୍ରତିଶତ ବୃଦ୍ଧି କରିଛି। ଫଳରେ ଏହା ୩ ରୁ ୩.୨୫ ପ୍ରତିଶତ ମଧ୍ୟରେ ପହଞ୍ଚିଛି। ସୂଚନାଯୋଗ୍ୟ ୨୦୦୮ ବିମୁଦ୍ରାକରଣ ପରଠାରୁ ସୁଧ ହାର ସର୍ବାଧିକ ଅଟେ।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଦେଶରେ ମୁଦ୍ରାସ୍ଫୀତି ବୃଦ୍ଧି ନେଇ ଫେଡେରାଲ ରିଜର୍ଭ ଅଧିକାରୀମାନେ ଏକ ଉଚ୍ଚ ସ୍ତରୀୟ ବୈଠକ କରିଥିଲେ। ଏଥିରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ନିୟନ୍ତ୍ରଣ କରିବାର ଉପାୟ ବିଷୟରେ ଆଲୋଚନା ହୋଇଥିଲା। ଏହା ପରେ ଫେଡେରାଲ ବ୍ୟାଙ୍କ ଘୋଷଣା କରିଛି ଯେ ବ୍ୟାଙ୍କର ସୁଧ ହାର ବୃଦ୍ଧି କରାଯାଇଛି। ଏହି ସୂଚନା ବ୍ୟାଙ୍କର ଚେୟାରମ୍ୟାନ ଜେରୋମ ପାୱେଲ ପ୍ରଦାନ କରିଛନ୍ତି। ଏହି ନିଷ୍ପତ୍ତି ଆମେରିକାର ଅର୍ଥନୀତିକୁ ଏକ ବଡ଼ ଝଟକା ଦେଇପାରେ।

ଏହି ପ୍ରସଙ୍ଗରେ ସୂଚନା ଦେଇ ଜେରୋମ ପାୱେଲ କହିଛନ୍ତି ଯେ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଫେଡେରାଲ ରିଜର୍ଭ ସମସ୍ତ ଆବଶ୍ୟକ ପଦକ୍ଷେପ ନେଉଛି। ଏହା ସହିତ ଭବିଷ୍ୟତରେ ମୁଦ୍ରାସ୍ଫୀତି ନିୟନ୍ତ୍ରଣ ପାଇଁ ବ୍ୟାଙ୍କ ଏଭଳି ପଦକ୍ଷେପ ଗ୍ରହଣ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri