Posted inଜାତୀୟ

ଶିଳ୍ପ ଅଭିବୃଦ୍ଧିରେ ସଂଘବାଦ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦ା୧: ଘରୋଇ ସହାୟକମାନଙ୍କ ନିମନ୍ତେ ଏକ ବିସ୍ତୃତ ଆଇନଗତ ଢାଞ୍ଚା ପ୍ରସ୍ତୁତ କରିବା ସହ ସର୍ବନିମ୍ନ ମଜୁରି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେବା ଲାଗି ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ବର୍ତ୍ତମାନର ଆଇନରେ ସଂଶୋଧନ ନିମନ୍ତେ ବିଚାର କରିବାକୁ କେନ୍ଦ୍ର ଓ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଦେଶର ଶିଳ୍ପ ଅଭିବୃଦ୍ଧିକୁ ଅଟକାଇବାରେ ମୁଖ୍ୟତଃ ଟ୍ରେଡ୍‌ ୟୁନିୟନବାଦ୍‌ ଦାୟୀ। ଟ୍ରେଡ୍‌ ୟୁନିୟନ ପାଇଁ ଦେଶରେ ଅନେକ ଶିଳ୍ପସଂସ୍ଥା ବନ୍ଦ ହୋଇଯାଇଥିବା ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତ କହିଛନ୍ତି। ଅବଶ୍ୟ ଅନେକ ସମୟର ଶ୍ରମିକ, କର୍ମଚାରୀମାନେ ଶୋଷଣର ଶିକାର ହୋଇଥାନ୍ତି। ତେବେ ଏହାକୁ ରୋକିବାରେ ଅନେକ ବ୍ୟବସ୍ଥା ରହିଛି। ଲୋକମାନଙ୍କୁ ସେମାନଙ୍କ ବ୍ୟକ୍ତିଗତ ଅଧିକାର ସମ୍ପର୍କରେ ଅଧିକ ସଚେତନ କରାଇବାକୁ ହେବ। ସେମାନଙ୍କୁ ଅଧିକ କୁଶଳୀ କରାଯିବା ଆବଶ୍ୟକ। ସେହିଭଳି ଅନେକ ସଂସ୍କାର ରହିଛି, ଯାହା କରାଯାଇପାରିବ ବୋଲି ସିଜେଆଇ କହିଛନ୍ତି।
ସାରା ଦେଶରେ ଅନେକ ଲକ୍ଷ ଘରୋଇ ସହାୟକ ଅସୁବିଧାର ସମ୍ମୁଖୀନ ହେଉଥିବା କଥାକୁ ସିଜେଆଇ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀଙ୍କ ଖଣ୍ଡପୀଠ ସ୍ବୀକାର କରିଛନ୍ତି। ତେବେ ବ୍ୟବସ୍ଥାପିକାର ଆଇନ ପ୍ରଣୟନ କ୍ଷମତା ଉପରେ ନ୍ୟାୟପାଳିକା ହସ୍ତକ୍ଷେପ କରିପାରିବ ନାହିଁ। ତେଣୁ ଆବେଦନକାରୀମାନେ ଘରୋଇ ସହାୟକମାନଙ୍କ ସମସ୍ୟା ସମ୍ପର୍କରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ଆବଶ୍ୟକ, ଯେପରି ସେମାନେ ଏହା ଉପରେ ଉପଯୁକ୍ତ ନିଷ୍ପତ୍ତି ନେଇପାରିବେ ବୋଲି ଖଣ୍ଡପୀଠ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri