Posted inଖେଳ

କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍‌: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା

ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍‌ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ଏଠାରେ ଅନୁଷ୍ଠିତ ହେବ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ପ୍ରତିଯୋଗିତାର ୨୭ତମ ସଂସ୍କରଣ।

ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥ୍‌ଲେଟିକ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଏବଂ ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ସହଯୋଗରେ ୪ ଦିନ ବିଶିଷ୍ଟ ଏହି ସମ୍ମାନଜନକ ପ୍ରତିଯୋଗିତାରେ ମୋଟ ୨୦ଟି ଇଭେଣ୍ଟ ଅନୁଷ୍ଠିତ ହେବ। ଏହା ମଧ୍ୟରେ ୧୮ଟି ଇଭେଣ୍ଟରେ ଉଭୟ ମହିଳା ଓ ପୁରୁଷ ପ୍ରତିଯୋଗୀ ଆକ୍ସନରେ ଦେଖିବାକୁ ମିଳିବେ।

ଫେଡେରେଶନ କପ୍‌ର ପୁରୁଷ ଜାଭେଲିନ୍‌ ଥ୍ରୋ ଇଭେଣ୍ଟରେ ଅଲିମ୍ପିକ୍‌ ଓ ବିଶ୍ୱ ଚାମ୍ପିୟନ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପ୍ରତିଦ୍ୱନ୍ଦ୍ୱିତା କରିବେ। ସେହିପରି ଓଡ଼ିଶାର କିଶୋର ଜେନା ମଧ୍ୟ ଆକ୍ସନରେ ଦେଖିବାକୁ ମିଳିବେ। ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ ପକ୍ଷରୁ ବୁଧବାର ଟୁଇଟ୍‌ ଯୋଗେ ଏହା ସ୍ପଷ୍ଟ କରିଦିଆ ଯାଇଛି। ନୀରଜ ୩ ବର୍ଷ ବ୍ୟବଧାନରେ ଘରୋଇ ପରିବେଶରେ ପ୍ରଥମଥର ପାଇଁ ଟ୍ରାକ୍‌କୁ ଓହ୍ଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri